ଓଡିଶାରେ ଘଡଘଡି ସହ ବର୍ଷା ସମ୍ଭାବନା, ୧୦ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ

ଭୁବନେଶ୍ବର: ରାଜ୍ୟର ବିଭିନ୍ନ ସ୍ଥାନରେ ମୁଣ୍ଡଫଟା ଖରା ସାଙ୍ଗକୁ ଅସହ୍ୟ ଗୁଳୁଗୁଳି ଲୋକଙ୍କୁ ଅସ୍ତବ୍ୟସ୍ତ କରିଛି । ବଢୁଛି ଖରା। ତାତିରେ ସିଝୁଛନ୍ତି ରାଜ୍ୟବାସୀ । ତାତି ଯୋଗୁ କାଳବୈଶାଖୀ ସମ୍ଭାବନା ଅଧିକ ରହୁଛି। ଆସନ୍ତା ୨୪ ଘଣ୍ଟାରେ ଦକ୍ଷିଣ ଉପକୂଳ ଓଡିଶାରେ ଘଡଘଡି ସହ ବର୍ଷା ସମ୍ଭାବନା ରହିଛି । ସେଥିପାଇଁ ୧୦ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରୀ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ଜିଲାଗୁଡିକ ହେଲା ମାଲକାନଗିରି, କୋରାପୁଟ, ରାୟଗଡା, ନବରଙ୍ଗପୁର, କଳାହାଣ୍ଡି,କନ୍ଧମାଳ, ଗଜପତି, ଗଞ୍ଜାମ, ମୟୂରଭଞ୍ଜ ଏବଂ ବାଲେଶ୍ୱର। ଏହି ସବୁ ଜିଲାରେ ବର୍ଷା ସହ ବଜ୍ରପାତ ସମ୍ଭାବନା ରହିଛି। ସେହିପରି ୧୮ ଏବଂ ୧୯ ତାରିଖ ପାଇଁ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡା ଜିଲ୍ଲାରେ ହାଲକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ଥିବା ଆଞ୍ଚଳିକ ପାଣିପାଗ ବିଭାଗ କହିଛି ।
Powered by Froala Editor