ଅଗ୍ନିକାଣ୍ଡ, ୨ ଗାଈ ଦଗ୍ଧ

ବ୍ରହ୍ମଗିରି : ପୁରୀ ଜିଲ୍ଲା କୃଷ୍ଣପ୍ରସାଦ ବ୍ଲକର ସିଆଣ୍ଡି ଗାଁରେ ଅଗ୍ନିକାଣ୍ଡ ଘଟି ଦୁଇଟି ଗାଈ ଜୀବନ୍ତ ଦଗ୍ଧ ହୋଇଯାଇଥିବା ବେଳେ ୨୦ରୁ ଉର୍ଦ୍ଧ୍ଵ ଗାଈ ବାଛୁରୀ ଗୁରୁତର ଆହତ ହୋଇଛନ୍ତି ।
ସୂଚନାନୁଯାୟୀ, ସିଆଣ୍ଡି ଗାଁର ଜିତେନ୍ଦ୍ର ଦଳବେହେରାଙ୍କ ଗୁହାଳରେ ଶନିବାର ବିଳମ୍ବିତ ରାତିରେ ଗୁହାଳରେ ଅଗ୍ନିକାଣ୍ଡ ଘଟିଛି। ଫଳରେ ଦୁଇଟି ଗାଈ ଜୀବନ୍ତ ଦଗ୍ଧ ହୋଇଯାଇଥିବା ବେଳେ ୨୦ରୁ ଉର୍ଦ୍ଧ୍ଵ ଗାଈ ବାଛୁରୀ ଗୁରୁତର ଆହତ ହୋଇଛନ୍ତି। ଖବର ପାଇ ଘଟଣାସ୍ଥଳରେ ମାଲୁଦ ଅଗ୍ନିଶମ ବିଭାଗ ପହଁଚି ନିଆଁକୁ ଆୟତ୍ତ କରିଛି । ବିଦ୍ୟୁତ୍ ସର୍ଟସର୍କିଟି ଯୋଗୁଁ ଅଗ୍ନିକାଣ୍ଡ ଘଟିଥିବା ଅନୁମାନ କରାଯାଉଛି । ତେବେ କ୍ଷୟକ୍ଷତି ଆକଳନ କରି କ୍ଷତିପୂରଣ ଦେବା ପାଇଁ ଗ୍ରାମବାସୀମାନେ ଦାବି କରିଛନ୍ତି ।
Powered by Froala Editor