ରାଜ୍ୟରେ ଆଉ ୧୩ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ଵର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ୮ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୦୫ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୨ ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୭୯୩୫ ଜଣକୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
୮ ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ସମ୍ବଲପୁରରୁ ୩ ଜଣ, ବଲାଙ୍ଗୀର, କେନ୍ଦ୍ରାପଡ଼ା ଓ ଖୋର୍ଦ୍ଧା ଜିଲ୍ଲାରୁ ୨ ଜଣ ଲେଖାଁଏ ଏବଂ ବାଲେଶ୍ବର, କଟକ, ପୁରୀ ଓ ସୋନପୁର ଜିଲ୍ଲାରୁ ଜଣେ ଲେଖାଁଏ ଆକ୍ରାନ୍ତ ରହିଛନ୍ତିି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୭୯୩୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୦୭ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୭୮୬୫୨ ଜଣ ସୁସ୍ଥ ହୋଇଛନ୍ତି ।
Powered by Froala Editor