ଦେଶରେ ପୁଣି ଉପରମୁହାଁ ହେଲାଣି କରୋନା
ନୂଆଦିଲ୍ଲୀ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି । ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି । ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୨ ହଜାର ୧୮୩ ରେ ପହଞ୍ଚିଛି । ଫଳରେ ଦୈନିକ ସଂକ୍ରମଣରେ ୯୦ ପ୍ରତିଶତ ବୃଦ୍ଧି ଘଟିଛି । ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୨୧୪ ରହିଛି । ଅପରପକ୍ଷରେ ସକ୍ରିୟ ମାମଲା କମିବାରେ ଲାଗିଛି । ଏହି ସମୟରେ ସକ୍ରିୟ ମାମଲା ଏହା ୧୧ ହଜାର ୫୪୨ ରହିଛି ।
ସେହିପରି ୨୪ ଘଣ୍ଟାରେ ୧ ହଜାର ୯୮୫ ଜଣ ସୁସ୍ଥ ହୋଇଛନ୍ତି । ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୨୧ ହଜାର ୯୬୫ ଛୁଇଁଛି । ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୩୦ ଲକ୍ଷ ୪୪ ହଜାର ୨୮୦ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୨୫ ଲକ୍ଷ ୧୦ ହଜାର ୭୭୩ ଜଣ ସୁସ୍ଥ ହୋଇ ସାରିଛନ୍ତି ।
ଗତ ୨୪ ଘଣ୍ଟାରେ କେରଳରେ ସର୍ବାଧିକ ୯୪୦ ଜଣ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି । ସେହିପରି ଦିଲ୍ଲୀରେ ୫୧୭ ଜଣ, ହରିୟାଣାରେ ୧୯୧ ଜଣ, ଉତ୍ତରପ୍ରଦେଶରେ ୧୩୫ ଜଣ ଏବଂ ମହାରାଷ୍ଟ୍ରରେ ୧୨୭ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଅନ୍ୟପଟେ ଦେଶରେ ଟିକାକରଣ ସଂଖ୍ୟା ୧୮୬ କୋଟି ୫୦ ଲକ୍ଷରୁ ଅଧିକ ଟପିଛି । ସେଥିମଧ୍ୟରେ ୯୧ କୋଟି ୪୦ ଲକ୍ଷରୁ ଅଧିକ ପ୍ରଥମ ଡୋଜ୍ ଥିବାବେଳେ ୮୦ କୋଟି ୪୦ ଲକ୍ଷରୁ ଅଧିକ ଦ୍ୱିତୀୟ ଡୋଜ୍ ରହିଛି ।
Powered by Froala Editor