କେନ୍ଦୁପତ୍ର ସଂଗ୍ରହ ମୂଲ୍ୟ ବଢ଼ାଇଲେ ସରକାର, ଲାଭବାନ ହେବେ ୭.୫୦ ଲକ୍ଷ ତୋଳାଳି
କେନ୍ଦୁପତ୍ର ସଂଗ୍ରହ ମୂଲ୍ୟ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର । ଏହାଦ୍ୱାରା ଉପକୃତ ହେବେ ରାଜ୍ୟର ୭.୫୦ ଲକ୍ଷ କେନ୍ଦୁପତ୍ର ତୋଳାଳି । ରାଜ୍ୟର ଲକ୍ଷ ଲକ୍ଷ କେନ୍ଦୁପତ୍ର ତୋଳାଳିଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର କେନ୍ଦୁପତ୍ରର ସଂଗ୍ରହ ମୂଲ୍ୟ ବୃଦ୍ଧି କରିବା ପାଇଁ ନିଷ୍ପତ୍ତି ଗ୍ରହଣ କରିଛନ୍ତି ।
ଏହି ନିଷ୍ପତ୍ତି ଅନୁଯାୟୀ ୨୦୨୨ ଫସଲ ବର୍ଷ ପାଇଁ ଉଭୟ ପ୍ରୋସେସ ଅଞ୍ଚଳ ଓ ଫାଲ ଅଂଚଳରେ କେନ୍ଦୁପତ୍ର ସଂଗ୍ରହ ମୂଲ୍ୟରେ ବୃଦ୍ଧି କରାଯାଇଛି। ଏହାଦ୍ଵାରା ରାଜ୍ୟରେ ୭.୫୦ ଲକ୍ଷ ଗରୀବ କେନ୍ଦୁପତ୍ର ତୋଳାଳୀ ୨୪୦ କୋଟି ଟଙ୍କାର ଅଧିକ ରୋଜଗାର ପାଇପାରିବେ । ଏମାନଙ୍କ ମଧ୍ୟରୁ ଅଧିକାଂଶ ହେଉଛନ୍ତି ଜନଜାତି ମହିଳା । ଏହାସହିତ ରାଜ୍ୟ ସରକାରଙ୍କ ପକ୍ଷରୁ ବୋନସ ଓ ବିଭିନ୍ନ ଭତ୍ତା ବାବଦରେ ମଧ୍ୟ୍ୟ ୧୨୦ କୋଟି ଟଙ୍କା ମଂଜୁର କରାଯାଇଛି। ଏହାଦ୍ଵାରା ୮ ଲକ୍ଷ କେନ୍ଦୁପତ୍ର ତୋଳାଳି, ବନ୍ଧାଳି ଓ ଅନ୍ୟାନ୍ୟ କର୍ମଚାରୀ (Seasonal Staff) ଉପକୃତ ହେବେ ।
Powered by Froala Editor