ରାଜ୍ୟରେ ୮ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ଵର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୭୯୫୯ଜଣକୁ ବୃଦ୍ଧି ପାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୩ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ଜଣେ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ବଲାଙ୍ଗୀର ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨ଜଣ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୭୯୫୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୧୦ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୭୮୬୭୨ ଜଣ ସୁସ୍ଥ ହୋଇଛନ୍ତି ।
Powered by Froala Editor