ରାଜ୍ୟରେ ଆଉ ୧୧ ଜଣ କରୋନା ପଜିଟିଭ
ଭୁବନେଶ୍ଵର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ୦୬ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୦୫ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୨ ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୭୯୭୯ଜଣକୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
୫ ଜିଲ୍ଲାରୁ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସମ୍ବଲପୁରରୁ ୩ ଜଣ, ବଲାଙ୍ଗୀର, କଟକ, କେନ୍ଦ୍ରାପଡ଼ା ଓ ଖୋର୍ଦ୍ଧାରୁ ୨ ଜଣ ଲେଖାଁଏ ସଂକ୍ରମିତ ରହିଛନ୍ତି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୭୯୭୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୦୧ ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୭୮୭୦୧ଜଣ ସୁସ୍ଥ ହୋଇଛନ୍ତି ।
Powered by Froala Editor