ଦେଶରେ ଉପରମୁହାଁ ସଂକ୍ରମଣ, ଦିନକରେ ୨୪୫୧ ନୂଆ ସଂକ୍ରମିତ

ନୂଆଦିଲ୍ଲୀ: ଦେଶରେ ଉପରମୁହାଁ ହୋଇଛି କୋରୋନା ଗ୍ରାଫ୍ । ପ୍ରତିଦିନ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଛି । ଲଗାତାର ତିନି ଦିନ ଧରି ପଜିଟିଭ ମାମଲା ୨ ହଜାର ଉପରେ ରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରୁ ପୁଣି ୨,୪୫୧ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି) । ସଂକ୍ରମଣ ବଢିବା ସହ ମୃତ୍ୟୁସଂଖ୍ୟା ମଧ୍ୟ ବୃଦ୍ଧି ପାଉଛି । ଦିନକରେ ଦେଶରେ ୫୪ କୋରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି ଏବଂ ୧,୫୮୯ ଜଣ ସୁସ୍ଥ ହୋଇଛନ୍ତି । କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି ।
ମନ୍ତ୍ରଣାଳୟ ଅନୁଯାୟୀ, ଆଜିର ନୂତନ ସଂକ୍ରମଣକୁ ମିଶାଇ ବର୍ତ୍ତମାନ ଦେଶରେ ମୋଟ ସକ୍ରିୟ ମାମଲା ୧୪,୨୪୧କୁ ବୃଦ୍ଧି ପାଇଛି । ଏଯାବତ୍ ସମୁଦାୟ ୪,୨୫,୧୬,୦୬୮ ସଂକ୍ରମିତ ସୁସ୍ଥ ହୋଇଛନ୍ତି ଏବଂ ୫,୨୨,୧୧୬ ଜଣଙ୍କ ମୃତ୍ୟୁ ଘଟିଛି । ଦେଶବ୍ୟାପୀ ସମୁଦାୟ ୧୮୭ କୋଟିରୁ ଅଧିକ ଡୋଜ୍ ଟୀକାକରଣ କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ କେବଳ ୧୮,୦୩,୫୫୮ ଡୋଜ୍ ଦିଆଯାଇଛି । ବର୍ତ୍ତମାନ ଦିଲ୍ଲୀ ସମେତ କେତେକ ରାଜ୍ୟରେ ସଂକ୍ରମଣ ବଢିବାରେ ଲାଗିଛି । ଫଳରେ ଏବେ କୋରୋନା କଟକଣା ମଧ୍ୟ କଡାକଡି କରାଯାଇଛି । ଜନଗହଳି ପୂର୍ଣ୍ଣ ସ୍ଥାନରେ ଲୋକଙ୍କୁ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରାଯାଇଛି ।
Powered by Froala Editor