ଓଲଟିଲା ବସ୍, ୨୫ ଆହତ
ଖଲ୍ଲିକୋଟ : ଗଞ୍ଜାମ ଜିଲ୍ଲା ରମ୍ଭା ଥାନା ଅନ୍ତର୍ଗତ ଜାତୀୟ ରାଜପଥ ନିକଟରେ ଏଭଳି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ଓଲଟିଲା ତୀର୍ଥଯାତ୍ରୀ ବସ୍। ଏହି ଦୁର୍ଘଟଣାରେ ୨୫ ଜଣ ଯାତ୍ରୀ ଆହତ ହୋଇଥିବା ସୂଚନା ମିଳିଛି।
ସୂଚନାନୁଯାୟୀ, ଶନିବାର ବିଳମ୍ବିତ ରାତିରେ ଏକ ତୀର୍ଥଯାତ୍ରୀ ବସ୍ ପୁରୀରୁ ତାମିଲନାଡ଼ୁ ଫେରୁଥିଲା। ଏହି ସମୟରେ ବସ୍ଟି ରମ୍ଭା ଥାନା ଅନ୍ତର୍ଗତ ଜାତୀୟ ରାଜପଥ ନିକଟରେ ଭାରସାମ୍ୟ ହରାଇ ଓଲଟି ପଡ଼ିଛି। ତେବେ ବସ୍ରେ ୫୦ରୁ ଉର୍ଦ୍ଧ୍ଵ ଯାତ୍ରୀ ଥିଲେ। ସେମାନଙ୍କ ମଧ୍ୟରୁ ୨୫ ଜଣ ଯାତ୍ରୀ ଆହତ ହୋଇଛନ୍ତି। ଖବର ପାଇ ପୋଲିସ ଓ ସ୍ଥାନୀୟ ଲୋକେ ଘଟଣାସ୍ଥଳରେ ପହଁଚି ଉଦ୍ଧାର କାର୍ୟ୍ୟ କରିଥିଲେ । ଦୁର୍ଘଟଣାରେ ଆହତ ଯାତ୍ରୀଙ୍କୁ ଛତ୍ରପୁର ମେଡିକାଲରେ ଭର୍ତ୍ତି କରାଯାଇଛି ।
Powered by Froala Editor