ରାଜ୍ୟରେ ଆଉ ୯ କରୋନା ପଜିଟିଭ ଚିହ୍ନଟ
ଭୁବନେଶ୍ଵର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ୦୬ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୦୩ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୩ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୭୯୮୯ଜଣକୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
୪ ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୪ ଜଣ, କଟକରୁ ୨ ଜଣ, ବାଲେଶ୍ବର ଓ ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଁଏ ଏବଂ ଷ୍ଟେଟ୍ ପୁଲରୁ ଜଣେ ଆକ୍ରାନ୍ତ ରହିଛନ୍ତି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୭୯୮୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୮୩ ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୭୮୭୨୯ଜଣ ସୁସ୍ଥ ହୋଇଛନ୍ତି ।
Powered by Froala Editor