ଦେଶରେ ଉପରମୁହାଁ କୋରୋନା ଗ୍ରାଫ୍, ଦିନକରେ ୨୫୯୩ ନୂଆ ସଂକ୍ରମିତ
ନୂଆଦିଲ୍ଲୀ: ଦେଶରେ ଉପରମୁହାଁ କୋରୋନା ଗ୍ରାଫ୍ । ଦିନକୁ ଦିନ ବଢି ଚାଲିଛି ସଂକ୍ରମଣ । ବର୍ତ୍ତମାନ ଦେଶରେ ଦୈନିକ ସଂକ୍ରମିତଙ୍କ ସଂଖ୍ୟା ଅଢେଇ ହଜାର ପାର୍ କରିଛି । ଗତ ୨୪ ଘଣ୍ଟା ମଧ୍ୟରେ ୨,୫୯୩ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସଂକ୍ରମଣ ବଢିବା ସହ ମୃତ୍ୟୁସଂଖ୍ୟା ମଧ୍ୟ ସାମାନ୍ୟ ବୃଦ୍ଧି ପାଇଛି । ଦିନକରେ ଦେଶରେ ୪୪ ଜଣ କୋରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଥିବା ବେଳେ ୧,୭୫୫ ଜଣ ସୁସ୍ଥ ହୋଇଛନ୍ତି । କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି ।
ମନ୍ତ୍ରଣାଳୟ ଅନୁଯାୟୀ, ଆଜିର ନୂତନ ସଂକ୍ରମଣକୁ ମିଶାଇ ବର୍ତ୍ତମାନ ଦେଶରେ ମୋଟ ସକ୍ରିୟ ମାମଲା ୧୫,୮୭୩କୁ ବୃଦ୍ଧି ପାଇଛି । ଏଯାବତ୍ ସମୁଦାୟ ୪,୨୫,୧୯୪,୭୯ ସଂକ୍ରମିତ ସୁସ୍ଥ ହୋଇଛନ୍ତି ଏବଂ ୫,୨୨,୧୯୩ ଜଣଙ୍କ ମୃତ୍ୟୁ ଘଟିଛି । ଦେଶବ୍ୟାପୀ ସମୁଦାୟ ୧୮୭ କୋଟିରୁ ଅଧିକ ଡୋଜ୍ ଟୀକାକରଣ କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ କେବଳ ୧୯,୦୫,୩୪୭ ଡୋଜ୍ ଦିଆଯାଇଛି । ବର୍ତ୍ତମାନ ଦିଲ୍ଲୀ ସମେତ କିଛି ରାଜ୍ୟରେ ସଂକ୍ରମଣ ଅଧିକ ବଢୁଥିବାର ଦେଖାଯାଉଛି ।
Powered by Froala Editor