ରାଜ୍ୟରେ ଆଉ ୯ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ଵର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ୦୫ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୦୪ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୭୯୯୮ଜଣକୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
୫ ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତ ମଧ୍ୟରୁ ଖୋର୍ଦ୍ଧାରୁ ୪ ଜଣ, ବଲାଙ୍ଗୀର, କଟକ, ଯାଜପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାରୁ ଜଣେ ଲେଖାଁଏ ଏବଂ ଷ୍ଟେଟ୍ ପୁଲ୍ରୁ ଜଣ ଆକ୍ରାନ୍ତ ରହିଛନ୍ତି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୭୯୯୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୮୪ ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୭୮୭୩୭ଜଣ ସୁସ୍ଥ ହୋଇଛନ୍ତି ।
Powered by Froala Editor