ଦେଶରେ ପୁଣି ୨,୯୨୭ ଜଣ ନୂଆ ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ କାୟା ମେଲାଉଛି କୋରୋନା । ଦିନକୁ ଦିନ ବଢୁଥିବା ସଂକ୍ରମଣ ମାମଲା ଚିନ୍ତା ବଢାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ପୁଣି ୨,୯୨୭ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ତେବେ ସଂକ୍ରମଣ ବଢୁଥିଲେ ହେଁ ମୃତ୍ୟୁସଂଖ୍ୟା କମ୍ ରହିଛି । ଦିନକରେ ଦେଶରେ ୩୨ ଜଣ କୋରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଥିବା ବେଳେ ୨,୨୫୨ ଜଣ ସୁସ୍ଥ ହୋଇଛନ୍ତି । କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି ।
ମନ୍ତ୍ରଣାଳୟ ଅନୁଯାୟୀ, ଆଜିର ନୂତନ ସଂକ୍ରମଣକୁ ମିଶାଇ ବର୍ତ୍ତମାନ ଦେଶରେ ମୋଟ ସକ୍ରିୟ ମାମଲା ୧୬,୨୭୯କୁ ବୃଦ୍ଧି ପାଇଛି । ଏଯାବତ୍ ସମୁଦାୟ ୪,୨୫,୨୫୫,୬୩ ସଂକ୍ରମିତ ସୁସ୍ଥ ହୋଇଛନ୍ତି ଏବଂ ୫,୨୩,୬୫୪ ଜଣଙ୍କ ମୃତ୍ୟୁ ଘଟିଛି । ଦେଶବ୍ୟାପୀ ସମୁଦାୟ ୧୮୮ କୋଟିରୁ ଅଧିକ ଡୋଜ୍ ଟୀକାକରଣ କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ କେବଳ ୨୧,୯୭,୦୮୨ ଡୋଜ୍ ଦିଆଯାଇଛି । ବିଶେଷକରି ବର୍ତ୍ତମାନ ଦିଲ୍ଲୀ ସମେତ କିଛି ରାଜ୍ୟରେ ସଂକ୍ରମଣ ଅଧିକ ବଢୁଥିବାର ଦେଖାଯାଉଛି ।
Powered by Froala Editor