ଚାପମୁକ୍ତ ପରୀକ୍ଷା ପାଇଁ ଟିପ୍ସ ଦେଲେ ଗଣଶିକ୍ଷା ମନ୍ତ୍ରୀ
ଭୁବନେଶ୍ଵର : ଆଜିଠୁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍ଏସ୍ଇ) ପକ୍ଷରୁ ଯୁକ୍ତ ଦୁଇ ପରୀକ୍ଷା ଆରମ୍ଭ ହେବ । ପରୀକ୍ଷା ସକାଳ ୯ଟାରୁ ୧୨ଟା ଯାଏଁ ଚାଲିବ। ତେବେ ପରୀକ୍ଷା ପୂର୍ବରୁ ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଲେ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ। ଚାପମୁକ୍ତ ପରୀକ୍ଷା ପାଇଁ ଦେଲେ ଟିପ୍ସ।
ଗଣଶିକ୍ଷା ମନ୍ତ୍ରୀ କହିଛନ୍ତି ଯେ, ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ପରୀକ୍ଷା କେନ୍ଦ୍ର ଗୁଡିକରେ ପାନୀୟ ଜଳ, ଓଆରଏସ୍ ବ୍ୟବସ୍ଥା କରାଯାଇଛି । କପି ରୋକିବାକୁ ସ୍ୱତନ୍ତ୍ର ସ୍କ୍ୱାର୍ଡ ସହ ସିସିଟିଭି ବ୍ୟବସ୍ଥା କରାଯାଇଛି। ପ୍ରଶ୍ନପତ୍ର ଗୁଜବକାରୀଙ୍କ ଉପରେ ସ୍ୱରନ୍ତ୍ର ନଜର ରହିବ। ତେବେ ତ୍ରୁଟି ଶୂନ୍ୟ, ଓ ଚାପମୁକ୍ତ ପରୀକ୍ଷା ପାଇଁ ଛାତ୍ରଛାତ୍ରୀଙ୍କୁ ଗୁରୁମନ୍ତ୍ର ଦେଇଛନ୍ତି ବିଭାଗୀୟ ମନ୍ତ୍ରୀ ସମୀର ଦାସ।
୧୧୩୩ ପରୀକ୍ଷା କେନ୍ଦ୍ରରେ ୩ ଲକ୍ଷ ୨୧ ହଜାର ୫୦୮ ଜଣ ପରୀକ୍ଷା ଦେବେ । ଏମାନଙ୍କ ମଧ୍ୟରୁ ୨,୧୩,୪୩୨ କଳା, ୭୮,୦୭୭ ବିଜ୍ଞାନ, ୨୪,୧୩୬ ବାଣିଜ୍ୟ ଏବଂ ୫,୮୬୩ ଜଣ ଧନ୍ଦାମୂଳକ ଶିକ୍ଷାରେ ପରୀକ୍ଷା ଦେବେ । ପ୍ରଥମ ଦିନରେ କଳା ଓ ବାଣିଜ୍ୟ ଛାତ୍ରଛାତ୍ରୀଙ୍କ ମାତୃଭାଷା ପରୀକ୍ଷା ହେବ । ପରୀକ୍ଷା ସକାଳ ୯ଟାରୁ ପରୀକ୍ଷା ଆରମ୍ଭ ହେବ।
Powered by Froala Editor