ପୁଣି ଚିନ୍ତା: ଦେଶରେ ୩,୩୦୩ ନୂଆ ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ କ୍ରମଶଃ ବଢୁଛି କୋରୋନା ସଂକ୍ରମଣ । ହଜାର ତଳକୁ ଖସିଥିବା ଦୈନିକ ପଜିଟିଭ ମାମଲା ଏବେ ୩ ହଜାର ପାର୍ କରିଛି । ଦିନକୁ ଦିନ ସଂକ୍ରମଣ ବୃଦ୍ଧି ପୁଣି ଚିନ୍ତା ବଢାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩,୩୦୩ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଆଶ୍ବସ୍ତିକର ବିଷୟ ଯେ, ସଂକ୍ରମଣ ବଢୁଥିଲେ ହେଁ ମୃତ୍ୟୁସଂଖ୍ୟା କମ୍ ରହିଛି । ଦିନକରେ ଦେଶରେ ୩୯ ଜଣ କୋରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଥିବା ବେଳେ ୨,୫୬୩ ଜଣ ସୁସ୍ଥ ହୋଇଛନ୍ତି । କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି ।
ମନ୍ତ୍ରଣାଳୟ ଅନୁଯାୟୀ, ଆଜିର ନୂତନ ସଂକ୍ରମଣକୁ ମିଶାଇ ବର୍ତ୍ତମାନ ଦେଶରେ ମୋଟ ସକ୍ରିୟ ମାମଲା ୧୬,୯୮୦କୁ ବୃଦ୍ଧି ପାଇଛି । ଏଯାବତ୍ ସମୁଦାୟ ୪,୨୫,୨୮୧,୨୬ ସଂକ୍ରମିତ ସୁସ୍ଥ ହୋଇଛନ୍ତି ଏବଂ ୫,୨୩,୬୯୩ ଜଣଙ୍କ ମୃତ୍ୟୁ ଘଟିଛି । ଦେଶବ୍ୟାପୀ ସମୁଦାୟ ୧୮୮ କୋଟିରୁ ଅଧିକ ଡୋଜ୍ ଟୀକାକରଣ କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ କେବଳ ୧୯,୫୩,୪୩୭ ଡୋଜ୍ ଦିଆଯାଇଛି । ବର୍ତ୍ତମାନ ସମୟରେ ଦିଲ୍ଲୀ ସମେତ କିଛି ରାଜ୍ୟରେ ସଂକ୍ରମଣ ଅଧିକ ବଢୁଥିବାର ଦେଖାଯାଉଛି ।
Powered by Froala Editor