ଫେରୁଛି କରୋନା, ପୁଣି ବଢିବ ସଂକ୍ରମଣ!

ଭୁବନେଶ୍ୱର: ଗତ କିଛି ଦିନ ହେବ କରୋନା ସଂକ୍ରମଣରେ ହ୍ରାସ ପରିଲକ୍ଷିତ ହେଉଛି । ସେହିପରି ମୃତୁ୍ୟ ସଂଖ୍ୟାରେ ମଧ୍ୟ ସମାନ ସ୍ଥିତି ଦେଖିବାକୁ ମିଳୁଛି । ବର୍ତ୍ତମାନ ପୁଣି ଅନେକ ଦେଶରେ କରୋନା ସ୍ଥିତି ଜଟିଳ ହେବାରେ ଲାଗିଛି । କରୋନା ଚତୁର୍ଥ ଲହର ଆସିବ ବୋଲି ଆଶଙ୍କା ପ୍ରକାଶ ପାଇଛି ।
ତେବେ ରାଜ୍ୟରେ କରୋନା ସ୍ଥିତି ନେଇ ସ୍ୱାସ୍ଥ୍ୟ ନିଦେ୍ର୍ଧଶକ ବିଜୟ ମହାପାତ୍ର ସୂଚନା ଦେଇଛନ୍ତି । ସେ କହିଛନ୍ତି ଆଉ ୩ରୁ ୪ ସପ୍ତାହ ପରେ ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଇପାରେ । ରାଜ୍ୟ ସରକାର କୋଭିଡ୍ ପାଇଁ ସବୁ ପ୍ରୋସେସକୁ ଆପଣାଇଛନ୍ତି । ବର୍ତ୍ତମାନ ସ୍ୱାସ୍ଥ୍ୟ ଭିତ୍ତିଭୂମି ପ୍ରସ୍ତୁତ ଓ ରାଜ୍ୟ ସରକାର କରୋନା ସହ ଲଢେଇ ପାଇଁ ପ୍ରସ୍ତୁତ ଅଛନ୍ତି ବୋଲି ସେ କହିଛନ୍ତି ।
ଏହାସହିତ ସେ ଆହୁରି ମଧ୍ୟ କହିଛନ୍ତି ଯେ, ସବୁ ଜିଲ୍ଲାକୁ ସ୍ଥିତି ଉପରେ କଡା ନଜର ରଖିବାକୁ ନିଦେ୍ର୍ଧଶ ଦିଆଯାଇଛି । ସୂଚନା ଅନୁସାରେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ୦୪ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୦୩ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ଜଣେ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୦୨୪ ଜଣକୁ ବୃଦ୍ଧି ପାଇଛି। ଏହା ସହିତ ଟିକାକରଣ ପ୍ରକ୍ରିୟା ମଧ୍ୟ ଜାରି ରହିଛି ।
Powered by Froala Editor