ଓଲଟିଲା ବ୍ୟାଣ୍ଡପାର୍ଟି ଗାଡି, ୧ ମୃତ

ଧର୍ମଗଡ : କଳାହାଣ୍ଡି ଜିଲ୍ଲା ଜୁନାଗଡ଼ ବ୍ଲକ ବଣ୍ଟାକୁଟୁରା ଛକ ନିକଟରେ ଭାରସାମ୍ୟ ହରାଇ ଓଲଟିଲା ବ୍ୟାଣ୍ଡପାର୍ଟି ଗାଡ଼ି । ଏହି ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଏକାଧିକ ଲୋକେ ଗୁରୁତର ହୋଇଛନ୍ତି । ଗୁରୁତରଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି ।
ଖବର ଅନୁଯାୟୀ, ମା’ ମେଲୋଡି ନାମକ ଏକ ବ୍ୟାଣ୍ଡପାର୍ଟି ମିନିଟ୍ରକ ଗୋଲାମୁଣ୍ଡାରୁ ଜୁନାଗଡ଼ ଅଭିମୁଖେ ଯାଉଥିଲା । ଠିକ୍ ଏହି ସମୟରେ ବଣ୍ଡାକୁଟୁରା ଛକ ନିକଟରେ ଗାଡିଟି ଭାରସାମ୍ୟ ହରାଇ ଓଲଟିପଡିଥିଲା । ଯାହାଫଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଏକାଧିକ ଗୁରୁତର ହୋଇଛନ୍ତି । ଗୁରୁତରଙ୍କୁ ଘଟଣାସ୍ଥଳରୁ ଉଦ୍ଧାର କରି ଭବାନୀପାଟଣା ଜିଲ୍ଲା ଚିକିତ୍ସାଳୟକୁ ପଠାଯାଇଛି ।
Powered by Froala Editor