ଦେଶରେ ୪ ହଜାର ମୁହାଁ ହେଲା ଦୈନିକ ସଂକ୍ରମଣ

ନୂଆଦିଲ୍ଲୀ: ଦେଶରେ ବଢୁଛି କୋରୋନା ଆତଙ୍କ । ୪ ହଜାର ମୁହାଁ ହେଲା ଦୈନିକ ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ପୁଣି ୩,୬୮୮ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ପ୍ରତିଦିନ ସଂକ୍ରମିତଙ୍କ ସଂଖ୍ୟା ବଢିଚାଲିଛି । ଆଜି ମୃତ୍ୟୁସଂଖ୍ୟା ମଧ୍ୟ ବୃଦ୍ଧି ପାଇଛି । ଦିନକରେ ଦେଶରେ ୫୦ ଜଣ କୋରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଥିବା ବେଳେ ୨,୭୫୫ ଜଣ ସୁସ୍ଥ ହୋଇଛନ୍ତି । କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି ।
ମନ୍ତ୍ରଣାଳୟ ଅନୁଯାୟୀ, ଆଜିର ନୂତନ ସଂକ୍ରମଣକୁ ମିଶାଇ ବର୍ତ୍ତମାନ ଦେଶରେ ମୋଟ ସକ୍ରିୟ ମାମଲା ୧୮,୬୮୪କୁ ବୃଦ୍ଧି ପାଇଛି । ଏଯାବତ୍ ସମୁଦାୟ ୪,୨୫,୩୩୩,୭୭ ସଂକ୍ରମିତ ସୁସ୍ଥ ହୋଇଛନ୍ତି ଏବଂ ୫,୨୩,୮୦୩ ଜଣଙ୍କ ମୃତ୍ୟୁ ଘଟିଛି । ଦେଶବ୍ୟାପୀ ସମୁଦାୟ ୧୮୮ କୋଟିରୁ ଅଧିକ ଡୋଜ୍ ଟୀକାକରଣ କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ କେବଳ ୨୨,୫୮,୦୫୯ ଡୋଜ୍ ଦିଆଯାଇଛି ।
Powered by Froala Editor