୬ରେ ଲଘୁଚାପ!
ଭୁବନେଶ୍ୱର: ଦକ୍ଷିଣ ଆଣ୍ଡାମାନ ସାଗର ଓ ଏହାର ଆଖପାଖ ଅଂଳରେ ଆସନ୍ତା ୬ତାରିଖରେ ସୃଷ୍ଟି ହେବ ଲଘୁଚାପ । ଦକ୍ଷିଣ ଆଣ୍ଡାମାନ ସାଗରରେ ୪ତାରିଖରେ ସୃଷ୍ଟି ହେବାକୁ ଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଏହି ଲଘୁଚାପ ସୃଷ୍ଟି ହେବା ନେଇ ଭାରତୀୟ ପାଣିପାଗ ବିଭାଗ ଆକଳନ କରିଛି । ଏବଂ ପରବର୍ତ୍ତୀ ୨୪ ଘଣ୍ଟା ଭିତରେ ଏହି ଲଘୁଚାପ ଅଧିକ ଘନୀଭୂତ ହେବ ।
ହେଲେ, ଝଡର ରୂପ ନେବ କି ନାହିଁ ସେନେଇ ଏପର୍ଯ୍ୟନ୍ତ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ କୌଣସି ସ୍ପଷ୍ଟ ଆକଳନ କରାଯାଇନାହିଁ । ଦିନେ ଦୁଇ ଦିନ ଭିତରେ ଏହା ସ୍ପଷ୍ଟ ହୋଇପାରେ । ଗତ କିଛି ବର୍ଷ ହେଲା ଲଗାତାର ଭାବେ ମେ’ ମାସରେ ବଙ୍ଗୋପସାଗରରେ ବାତ୍ୟା ହେଉଛି । ଆଉ ଏବେ ପୁଣି ମେ’ ମାସରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାକୁ ଯାଉଥିବାରୁ ବାତ୍ୟା ଆଶଙ୍କା ବଢିଯାଇଛି ।
ଅନ୍ୟପଟେ ଆଜି ରାଜ୍ୟରେ ପ୍ରଚଣ୍ଡ ତାତି ଜାରି ରହିଛି । ରାଜ୍ୟରେ ଆହୁରି ୨ରୁ ୩ ଡିଗ୍ରୀ ତାପମାତ୍ରା ବଢିବ ବୋଲି ଆଶଙ୍କା କରାଯାଉଛି । ଗତକାଲି ୧୫ଟି ସହରର ତାପମାତ୍ରା ୪୦ଡିଗ୍ରୀ ଉପରେ ଥିଲା । ୪୪.୯ଡିଗ୍ରୀ ତାପମାତ୍ରା ସହ ବଲାଙ୍ଗୀର ସବୁଠୁ ଉତ୍ତପ୍ତ ସହର ପାଲଟିଥିଲା ।
Powered by Froala Editor