୪ରୁ ଆଣ୍ଡାମାନରେ ଘୂର୍ଣ୍ଣିବଳୟ, ପ୍ରବଳ ବର୍ଷା ସମ୍ଭାବନା

ମେ ୪ ତାରିଖ ଆଡ଼କୁ ଦକ୍ଷିଣ ଆଣ୍ଡାମାନ ସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ଦେଖାଦେଇଛି । ରବିବାର ଦିନ ଭାରତୀୟ ପାଣିପାଗ ବିଭାଗ ଏ ବାବଦରେ ସୂଚନା ଦେଇଛି । ଏହାର ପ୍ରଭାବରେ ମେ ୬ ତାରିଖରେ ଦକ୍ଷିଣ ଆଣ୍ଡାମାନ ସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ।
ଏଥିଯୋଗୁଁ ମେ ୫ ତାରିଖ ଦିନ ଆଣ୍ଡାମାନ ଓ ନିକୋବର ଦ୍ବୀପପୁଞ୍ଜରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ତେଣୁ ମେ ୪ ତାରିଖରୁ ଦକ୍ଷିଣ ଆଣ୍ଡାମାନ ସାଗର ଏବଂ ତତ୍ସଂଲଗ୍ନ ଦକ୍ଷିଣପୂର୍ବ ବଙ୍ଗୋପସାଗର ମଧ୍ୟକୁ ପ୍ରବେଶ ନ କରିବା ପାଇଁ ମତ୍ସ୍ୟଜୀବୀମାନଙ୍କୁ ପରାମର୍ଶ ଦିଆଯାଇଛି।
Powered by Froala Editor