ରାଜ୍ୟରେ ଆଉ ୭ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ଵର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ୦୪ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୦୩ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୧ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୦୭୫ ଜଣକୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
୪ ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୩ ଜଣ, ସମ୍ବଲପୁରରୁ ୨ ଜଣ, ରାୟଗଡ଼ାରୁ ଜଣେ ଓ ଷ୍ଟୋଟ୍ ପୁଲ୍ରୁ ଜଣେ ଆକ୍ରାନ୍ତ ରହିଛନ୍ତି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୮୦୭୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୯୦ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୭୮୮୦୬ଜଣ ସୁସ୍ଥ ହୋଇଛନ୍ତି ।
Powered by Froala Editor