Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, October 01, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ନିଜ ଜୀବନକୁ ବାଜି ଲଗାଇ ୧୮୦ ଯାତ୍ରୀଙ୍କୁ ...

  • ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ...

  • ରବି ଫସଲର MSP ବଢିଲା, କୁସୁମ ପାଇଁ ସର୍ବାଧିକ ...

  • ଟମାଟୋ, କାଜୁ, ଗୁଡ଼ ସବୁ ଫିମ୍ପି : ସେଭେନ ...

  • ୫୨୬ କିଲୋଗ୍ରାମ ହେରୋଇନ ଓ ...

  • ଭୀଷଣ ଗୁଳିବିନିମୟ, ଏନକାଉଣ୍ଟରରେ ଲସ୍କର ...

  • ଅଭାବ ନା ମାନସିକ ବିକୃତ: ୭ ବର୍ଷ ପୁଅକୁ ...

  • କଳହ ପରେ ଆଖିବୁଜା ଫାୟାରିଂ, ୪ ଯବାନ ମୃତ

  • ରୋଗ ସହ ଯୁଝୁଛନ୍ତି ପୂର୍ବତନ କ୍ରିକେଟର୍‌ ...

  • ମହିଳାଙ୍କ ଗଳା କାଟି ୯ ଖଣ୍ଡ କରି କେନାଲକୁ ...

ରାଜ୍ୟ
Home ›› ରାଜ୍ୟ ››ଅକ୍ଷୟ ତୃତୀୟା ଅବସରରେ ମୁଖ୍ୟମନ୍ତ୍ରୀଙ୍କ କାଳିଆ ସହାୟତା ପ୍ରଦାନ

ଅକ୍ଷୟ ତୃତୀୟା ଅବସରରେ ମୁଖ୍ୟମନ୍ତ୍ରୀଙ୍କ କାଳିଆ ସହାୟତା ପ୍ରଦାନ

2022-05-03 17:03:27
13943
Share:
Facebook
Twitter
E-Mail
WhatsApp
Telegram
ଅକ୍ଷୟ ତୃତୀୟା ଅବସରରେ ମୁଖ୍ୟମନ୍ତ୍ରୀଙ୍କ କାଳିଆ ସହାୟତା ପ୍ରଦାନ

ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଅକ୍ଷୟ ତୃତୀୟା ଓ କୃଷକ ଦିବସ ଅବସରରେ ରାଜ୍ୟର କୃଷକ ମାନଙ୍କୁ କାଳିଆ ଯୋଜନାର ସହାୟତା ପ୍ରଦାନ କରିଛନ୍ତି । ଏହାଦ୍ବାରା  ଝାରସୁଗୁଡା  ବ୍ୟତୀତ ରାଜ୍ୟର  ପ୍ରାୟ ୪୦ ଲକ୍ଷ କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କ ବ୍ୟାଙ୍କ ଖାତାକୁ ପାଖାପାଖି ୮୦୦ କୋଟି ଟଙ୍କା ସିଧାସଳଖ ପ୍ରଦାନ କରାଯାଇଛି । ଚାଷୀ ମାନଙ୍କୁ ଏହି ଟଙ୍କାକୁ ଚାଷ କାମରେ ଲଗାଇ କୃଷିରେ ଉନ୍ନତି ଆଣିବା ପାଇଁ ଏହି ଅବସରରେ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।


ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ କହିଲେ ଯେ ଚାଷୀ  ଆମ ଅର୍ଥନୀତିର ମୁଖ୍ୟ ଆଧାର ।   ଆମର କୃଷକମାନେ କେବଳ ଓଡିଶା ନୁହେଁ, ସାରା ଦେଶର ଖାଦ୍ୟ ସୁରକ୍ଷାରେ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିଛନ୍ତି ଓ ଓଡିଶା  ପାଇଁ ଗୌରବ  ଆଣିଛନ୍ତି। ଏଥିପାଇଁ ମୁଖ୍ୟମନ୍ତ୍ରୀ ଚାଷୀ ଭାଇଭଉଣୀ ମାନଙ୍କୁ ଧନ୍ୟବାଦ ଜଣାଇଛନ୍ତି।


କୃଷି ବିକାଶ ଓ କୃଷକ କଲ୍ୟାଣ ରାଜ୍ୟ ସରକାରଙ୍କ ସବୁଠାରୁ ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟକ୍ରମ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏ ବର୍ଷ କୃଷି ପାଇଁ ୨୦ ହଜାର କୋଟିରୁ ଅଧିକ ଟଙ୍କାର ବଜେଟ ରଖାଯାଇଛି।


ଏହି ଅବସରରେ କୃଷି ବିକାଶ ପାଇଁ ୮ଟି ନୂଆ କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଥିଲା । ପଣସ ମିଶନ ଓ ରିୱାର୍ଡ (Rejuvenating Watershed for Agricultural Resilience through Innovative Development) କାର୍ଯ୍ୟକ୍ରମର ଶୁଭାରମ୍ଭ ହେବା ସହିତ ମିଲେଟ୍‌ ମିଶନ  ଓ  ସମନ୍ବିତ କୃଷି ପ୍ରୋତ୍ସାହନ ନିମନ୍ତେ ସ୍ବତନ୍ତ୍ର କାର୍ଯ୍ୟକ୍ରମ (Special Programme for Promotion of Integrated Farming)ର ପ୍ରସାର ମଧ୍ୟ କରାଯାଉଛି ।


ସୂଚନାଯୋଗ୍ୟ ଯେ ପଣସ ମିଶନରେ ୯ଟି ଜିଲ୍ଲାର ପଣସ ଚାଷୀଙ୍କ ପାଇଁ ୯୭ କୋଟି ଟଙ୍କାର ପ୍ରୋତ୍ସାହନ ରଖାଯାଇଥିବା ବେଳେ, ରିୱାର୍ଡ ଯୋଜନାରେ ବୈଜ୍ଞାନିକ ପ୍ରଣାଳୀରେ ଜଳବିଭାଜିକା କାର୍ଯ୍ୟକ୍ରମ ଜରିଆରେ ଚାଷ ଜମିର ଉତ୍ପାଦକତା ବୃଦ୍ଧି ପାଇଁ ୫୦୦ କୋଟି ଟଙ୍କାର ଅର୍ଥ ବ୍ୟବସ୍ଥା କରାଯାଇଛି । ସେହିପରି ଓଡିଶା ମିଲେଟ୍‌ ମିଶନରେ ୧୯ଟି ଜିଲ୍ଲାର ୧୮୨ଟି ବ୍ଲକ୍‌ର ଚାଷୀ ମାନଙ୍କ ପାଇଁ ୨୮୦୮ କୋଟି ଟଙ୍କାର ବ୍ୟବସ୍ଥା କରାଯାଇଥିବା ବେଳେ ସମନ୍ବିତ କୃଷିର ପ୍ରୋତ୍ସାହନ ପାଇଁ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ୮ଟି ଜିଲ୍ଲାର ୧.୮ ଲକ୍ଷ କୃଷକ ପରିବାରକୁ ସାମିଲ କରିବା ପାଇଁ ୨୩୯ କୋଟି ଟଙ୍କାର ଅର୍ଥ ବ୍ୟବସ୍ଥା କରାଯାଇଛି । ଏହି ୪ଟି ଯୋଜନା ପାଇଁ ୩୬୪୪ କୋଟି ଟଙ୍କା ଖର୍ଚ୍ଚ କରାଯିବ।


ମୁଖ୍ୟମନ୍ତ୍ରୀ କହିଥିଲେ ଯେ  କୃଷି  କ୍ଷେତ୍ରରେ ପୁଞ୍ଜି ବିନିଯୋଗ ଉପରେ ଆମେ ବିଶେଷ ଗୁରୁତ୍ୱ ଦେଉଛୁ। କୃଷିକୁ ଏକ ଲାଭଜନକ ବୃତ୍ତି ଭାବରେ ବିକଶିତ କରବା ପାଇଁ ଆମର ଉଦ୍ୟମ ଜାରି ରହିବ ବୋଲି ସେ କହିଥିଲେ।    

 

ଏହି ଅବସରରେ ମୁଖ୍ୟମନ୍ତ୍ରୀ ଚାଷୀ ଭାଇ ମାନଙ୍କ ପାଇଁ ନୂଆ ‘କୃଷକ ଓଡିଶା’ ପୋର୍ଟାଲ ଲୋକାର୍ପିତ କରିଥିଲେ । ଏଥିରେ ଚାଷୀମାନେ ସାମିଲ ହୋଇ ସେମାନଙ୍କ ତଥ୍ୟ ଅପ୍‌ଡେଟ କଲେ ଆବଶ୍ୟକ ସେବା ଓ ପରାମର୍ଶ ପାଇପାରିବେ । ଏହାସହିତ କୃଷକ ଓ କୃଷି ଉଦ୍ୟୋଗୀ ମାନଙ୍କ ପାଇଁ ‘ଗୋ-ସୁଗମ’ ପୋର୍ଟାଲର ମଧ୍ୟ ଶୁଭାରମ୍ଭ କରିଥିଲେ । ଏହା କୃଷକ ମାନଙ୍କ ପାଇଁ ଦେଶର ପ୍ରଥମ ସିଙ୍ଗଲ ୱିନଡୋ ପ୍ଲାଟଫର୍ମ। 


 ଏହାସହିତ କୃଷି ଓ ଆନୁସଂଗିକ କ୍ଷେତ୍ରରେ କୃଷକଙ୍କ ଆୟ ବୃଦ୍ଧି ନିମନ୍ତେ ବାସ୍ତବମୁଖୀ ନୀତି ନିର୍ଦ୍ଧାରଣ ପାଇଁ  “ଆନ୍ତର୍ଜାତିକ ଖାଦ୍ୟ ନୀତି ଗବେଷଣା ପ୍ରତିଷ୍ଠାନ” ଓ ରାଜ୍ୟ କୃଷି ବିଭାଗ ମଧ୍ୟରେ ଏକ ବୁଝାମଣାପତ୍ର ମଧ୍ୟ ସ୍ବାକ୍ଷରିତ ହୋଇଥିଲା । କୃଷକ ମାନଙ୍କ ସଶକ୍ତିକରଣ ପାଇଁ କୃଷକ ଉତ୍ପାଦକ ସଂଗଠନର  ଏକ ମାର୍ଗଦର୍ଶିକା ମଧ୍ୟ ମଧ୍ୟ ମୁଖ୍ୟମନ୍ତ୍ରୀ ଉନ୍ମୋଚିତ କରିଥିଲେ ।


 କୃଷି ମନ୍ତ୍ରୀ ଶ୍ରୀ ଅରୁଣ ସାହୁ କହିଲେ ଯେ ଅନେକ ପ୍ରାକୃତିକ ବିପର୍ଯ୍ୟୟ ର ସମ୍ମୁଖୀନ ହେଲେ ମଧ୍ୟ ମୂଖ୍ୟ ମନ୍ତ୍ରୀଙ୍କ ଦୂର ଦୃଷ୍ଟି ଓ ଦୃଢ଼ ନେତୃତ୍ୱ ପାଇଁ ଓଡ଼ିଶା ଆଜି କୃଷି କ୍ଷେତ୍ରରେ ଅଗ୍ରଣୀ ହୋଇ ପାରିଛି। କୃଷି କ୍ଷେତ୍ର ରେ ମହିଳା ମାନଙ୍କୁ ଅଗ୍ରାଧିକାର ଦିଆ ଯାଉଛି। କୃଷି କ୍ଷେତ୍ରରେ ରାଜ୍ୟ ସରକାରଙ୍କ ବିଭିନ୍ନ ପଦକ୍ଷେପ ଉପରେ ସେ ଆଲୋକପାତ କରିଥିଲେ।


    କାର୍ଯ୍ୟକ୍ରମରେ କଳାହାଣ୍ଡି ଜିଲ୍ଲାର ଚାଷୀ ନିର୍ମଳ ନାୟକ, ବାଲେଶ୍ବରର ବଇଦ ନାୟକ ଓ ସୁନ୍ଦରଗଡ ଜିଲ୍ଲାର ଚାଷୀ  ମେନକା ଭୋଇ ପ୍ରମୁଖ କାଳିଆ ଯୋଜନା ଯୋଗୁ ସେମାନଙ୍କ ଚାଷ କାମରେ କିପରି ଉନ୍ନତି ଆସିଛି, ସେ ବିଷୟରେ ନିଜର ଅଭିଜ୍ଞତା ବର୍ଣ୍ଣନା କରିଥିଲେ । କାଲିଆ ସହାୟତା ପାଇଁ ସେମାନେ ସାର, ବିହନ ଆଦି ସହଜରେ କିଣି ଚାଷ କରିପାରୁଛନ୍ତି। ଏଥିପାଇଁ ମୂଖ୍ୟମନ୍ତ୍ରୀ ଙ୍କୁ କୃତଜ୍ଞତା ପ୍ରକାଶ କରି ପ୍ରଭୁ ଜଗନ୍ନାଥ ଆପଣଙ୍କ ମଙ୍ଗଳ କରନ୍ତୁ ବୋଲି ସେମାନେ କହିଥଲେ।



    ଏହି କାର୍ଯ୍ୟକ୍ରମରେ ଏହିସବୁ ନୂଆ ଯୋଜନା ଓ କୃଷି କ୍ଷେତ୍ରରେ ଡିଜିଟାଲ ଟେକ୍‌ନୋଲୋଜିର ପ୍ରୟୋଗ ସଂପର୍କରେ ଏକ ଭିଡିଓ ଚିତ୍ର ପ୍ରଦର୍ଶିତ ହୋଇଥିଲା ।



    କୃଷି ଓ କୃଷକ ସଶକ୍ତିକରଣ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ଶ୍ରୀ ସଂଜୀବ ଚୋପ୍ରା ସ୍ବାଗତ ଭାଷଣ ଦେଇଥିଲେ। କୃଷି ବିଭାଗର ସ୍ବତନ୍ତ୍ର ସଚିବ ଧନ୍ୟବାଦ ଅର୍ପଣ କରିଥିଲେ ।


ବିଭିନ୍ନ ଜିଲ୍ଲାରେ ଜିଲ୍ଲପାଳ ଓ ଚାଷୀ ମାନେ ଉପସ୍ଥିତ ଥିଲେ।

Powered by Froala Editor

Tags Naveen Patnaik , Odisha , Chief minister, kalia scheme

Related articles Odisha News Lens 4.1

  • କଳହ ପରେ ଆଖିବୁଜା ଫାୟାରିଂ, ୪ ଯବାନ ମୃତ
    ଦେଶ-ଦେଶାନ୍ତର

    କଳହ ପରେ ଆଖିବୁଜା ଫାୟାରିଂ, ୪ ଯବାନ ମୃତ

    14958
    Sep 30, 2026
  • ଭୀଷଣ ଗୁଳିବିନିମୟ, ଏନକାଉଣ୍ଟରରେ ଲସ୍କର ଆତଙ୍କୀ ହାଶିମ ମୂସା ନିହତ
    ଦେଶ-ଦେଶାନ୍ତର

    ଭୀଷଣ ଗୁଳିବିନିମୟ, ଏନକାଉଣ୍ଟରରେ ଲସ୍କର ଆତଙ୍କୀ ହାଶିମ ମୂସା ନିହତ

    15009
    Sep 30, 2026
  •  ନିଜ ଜୀବନକୁ ବାଜି ଲଗାଇ ୧୮୦ ଯାତ୍ରୀଙ୍କୁ ବଞ୍ଚାଇଲେ ସ୍ମିତ, ଚାରିଆଡୁ ଛୁଟୁଛି ...
    ଦେଶ-ଦେଶାନ୍ତର

    ନିଜ ଜୀବନକୁ ବାଜି ଲଗାଇ ୧୮୦ ଯାତ୍ରୀଙ୍କୁ ବଞ୍ଚାଇଲେ ସ୍ମିତ, ଚାରିଆଡୁ ଛୁଟୁଛି ...

    15324
    Oct 01, 2026
  • ଅଭାବ ନା ମାନସିକ ବିକୃତ: ୭ ବର୍ଷ ପୁଅକୁ କାମୁଡ଼ି କ୍ଷତାକ୍ତ କରୁଛି ମା’
    ଜିଲ୍ଲା ପରିକ୍ରମା

    ଅଭାବ ନା ମାନସିକ ବିକୃତ: ୭ ବର୍ଷ ପୁଅକୁ କାମୁଡ଼ି କ୍ଷତାକ୍ତ କରୁଛି ମା’

    14773
    Sep 30, 2026
  • ରବି ଫସଲର MSP ବଢିଲା, କୁସୁମ ପାଇଁ ସର୍ବାଧିକ ବୃଦ୍ଧି
    ଦେଶ-ଦେଶାନ୍ତର

    ରବି ଫସଲର MSP ବଢିଲା, କୁସୁମ ପାଇଁ ସର୍ବାଧିକ ବୃଦ୍ଧି

    15107
    Oct 01, 2026
  • ଟମାଟୋ, କାଜୁ, ଗୁଡ଼ ସବୁ ଫିମ୍ପି : ସେଭେନ ସିଜ ହସ୍ପିଟାଲିଟିର ଲାଇସେନ୍ସ ସସପେଣ୍ଡ
    ଦେଶ-ଦେଶାନ୍ତର

    ଟମାଟୋ, କାଜୁ, ଗୁଡ଼ ସବୁ ଫିମ୍ପି : ସେଭେନ ସିଜ ହସ୍ପିଟାଲିଟିର ଲାଇସେନ୍ସ ସସପେଣ୍ଡ

    15557
    Oct 01, 2026
  • ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ମୋଦୀଙ୍କ ଟେଲିଫୋନରେ ବାର୍ତ୍ତାଳପ
    ଦେଶ-ଦେଶାନ୍ତର

    ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ମୋଦୀଙ୍କ ଟେଲିଫୋନରେ ବାର୍ତ୍ତାଳପ

    14411
    Oct 01, 2026
  • ରୋଗ ସହ ଯୁଝୁଛନ୍ତି ପୂର୍ବତନ କ୍ରିକେଟର୍‌ ବିନୋଦ କାମ୍ବଲି
    ଦେଶ-ଦେଶାନ୍ତର

    ରୋଗ ସହ ଯୁଝୁଛନ୍ତି ପୂର୍ବତନ କ୍ରିକେଟର୍‌ ବିନୋଦ କାମ୍ବଲି

    14461
    Sep 30, 2026
  • ମହିଳାଙ୍କ ଗଳା କାଟି ୯ ଖଣ୍ଡ କରି କେନାଲକୁ ଫିଙ୍ଗିଲା
    ଅପରାଧ

    ମହିଳାଙ୍କ ଗଳା କାଟି ୯ ଖଣ୍ଡ କରି କେନାଲକୁ ଫିଙ୍ଗିଲା

    15344
    Sep 30, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଟମାଟୋ, କାଜୁ, ଗୁଡ଼ ସବୁ ଫିମ୍ପି : ସେଭେନ ସିଜ ହସ୍ପିଟାଲିଟିର ଲାଇସେନ୍ସ ସସପେଣ୍ଡ

    15557
    Oct 01, 2026
  • ଦେଶ-ଦେଶାନ୍ତର

    ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ମୋଦୀଙ୍କ ଟେଲିଫୋନରେ ବାର୍ତ୍ତାଳପ

    14411
    Oct 01, 2026
  • ଦେଶ-ଦେଶାନ୍ତର

    କଳହ ପରେ ଆଖିବୁଜା ଫାୟାରିଂ, ୪ ଯବାନ ମୃତ

    14958
    Sep 30, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17139
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17828
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17794
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18210
    Sep 06, 2023

ବିଶେଷ

  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15154
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14010
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15749
    Sep 23, 2026
  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଦ୍ୱାରା ହୋଇଥାଏ ଏହି ଅସୁବିଧା

    15315
    Sep 21, 2026
  • ଅଫିସ ବ୍ୟାଗ୍ ରଖନ୍ତୁ ଏହି ସ୍ଥାନରେ

    14690
    Sep 18, 2026

ବାଣିଜ୍ୟ

ଭାରତରେ ‘Apple Pay’ ପ୍ରବେଶ

ପ୍ରାୟ ୧୨ ବର୍ଷର ଦୀର୍ଘ ଅପେକ୍ଷା ପରେ ଭାରତୀୟ ବଜାରରେ ‘ଆପଲ୍ ପେ’ ପ୍ରବେଶ କରିଛି । ଏହି ସେବା ଆସିବା ପରେ ଏବେ ଦେଶର ଆଇଫୋନ୍, ଆଇପ୍ୟାଡ୍ ଏବଂ ଆପଲ୍ ୱାଚ୍ ୟୁଜର୍ସମାନେ ଅତି ସହଜରେ ଡିଜିଟାଲ୍ ପେମେଣ୍ଟ କରିପାରିବେ । ବର୍ତ୍ତମାନ ପାଇଁ ଏହା କେବଳ ଏକ୍ସିସ୍ ବ୍ୟାଙ୍କର ଭିସା ଏବଂ ମାଷ୍ଟରକାର୍ଡ କ୍ରେଡିଟ୍ ...

  • ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

    14383
    Sep 28, 2026
  • ଆକ୍ସନ ଟେସା ଜାତୀୟ ବଢେଇ ଦିବସ ପାଳନ କଲା, ବଢେଇମାନଙ୍କ ନିମନ୍ତେ ବୃହତ୍‌ କଲ୍ୟାଣକାରୀ କାର୍ଯ୍ୟକ୍ରମ ଘୋଷଣା କଲା

    14340
    Sep 26, 2026
  • ବେଦାନ୍ତ ଆଲୁମିନିୟମର ଦକ୍ଷତା ବିକାଶ ପଦକ୍ଷେପ କାଳାହାଣ୍ଡିର ୧୦୦୦ ରୁ ଅଧିକ ଯୁବକଯୁବତୀଙ୍କ ଦକ୍ଷତା ବୃଦ୍ଧି ସହିତ ଜୀବିକା ନିର୍ବାହରେ ସହାୟକ ହୋଇଛି

    15953
    Sep 23, 2026
  • ଆଇଆଇଏ ଓଡ଼ିଶା ଚାପ୍ଟରର ନୂଆ ଏକଜିକ୍ୟୁଟିଭ କମିଟି ୨୦୨୬-୨୮ ନିମନ୍ତେ ଦାୟିତ୍ଵ ଗ୍ରହଣ କଲେ

    14437
    Sep 17, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ନିଜ ଜୀବନକୁ ବାଜି ଲଗାଇ ୧୮୦ ଯାତ୍ରୀଙ୍କୁ ବଞ୍ଚାଇଲେ ସ୍ମିତ, ଚାରିଆଡୁ ଛୁଟୁଛି ପ୍ରଶଂସାର ସୁଅ

    15324
    Oct 01, 2026
  • ମହିଳାଙ୍କ ଗଳା କାଟି ୯ ଖଣ୍ଡ କରି କେନାଲକୁ ଫିଙ୍ଗିଲା

    15344
    Sep 30, 2026
  • ୫୨୬ କିଲୋଗ୍ରାମ ହେରୋଇନ ଓ ମେଥାମ୍ଫେଟାମାଇନ୍‌ ଜବତ, ୫ ପାକିସ୍ତାନୀ ଗିରଫ

    15049
    Sep 30, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In