Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, October 15, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ...

  • କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ...

  • ଇମ୍ରାନ ଖାନଙ୍କୁ ଅକ୍ଟୋବର ୨୮ ସୁଦ୍ଧା ...

  • ୧୧ ବର୍ଷର ସମ୍ପର୍କ ଭାଙ୍ଗି ଚାଲିଗଲା ...

  • ଦୀପାବଳି ଉପହାର : ରେଳ କର୍ମଚାରୀଙ୍କୁ ୭୮ ...

  • ମିରଟ୍ ବ୍ଲୁ ଡ୍ରମ୍ ହତ୍ୟା ମାମଲା: ମୁସ୍କାନ ...

  • ମନ୍ତ୍ରୀ ପଦ ଓ ରାଜ୍ୟସଭା ସଦସ୍ୟ ପଦରୁ ...

  • ଗଙ୍ଗା ନଦୀରେ ବୁଡ଼ିଲା ଡଙ୍ଗା, ଚାଲିଗଲା 14 ...

  • ଜୟପୁର ବିମାନବନ୍ଦରରେ ହାଇଜାକ୍ ଆଲର୍ଟ: ...

  • କେନ୍ଦୁଝରରେ ଡିଜାଷ୍ଟର ରିକଭରି ଡାଟା ...

ରାଜ୍ୟ
Home ›› ରାଜ୍ୟ ››ଚାଷୀ ଆମ ଅର୍ଥନୀତିର ମୁଖ୍ୟ ଆଧାର : ନବୀନ

ଚାଷୀ ଆମ ଅର୍ଥନୀତିର ମୁଖ୍ୟ ଆଧାର : ନବୀନ

2022-05-04 05:31:37
13820
Share:
Facebook
Twitter
E-Mail
WhatsApp
Telegram
ଚାଷୀ ଆମ ଅର୍ଥନୀତିର ମୁଖ୍ୟ ଆଧାର : ନବୀନ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ  ଅକ୍ଷୟ ତୃତୀୟା ଓ କୃଷକ ଦିବସ ଅବସରରେ ରାଜ୍ୟର କୃଷକ ମାନଙ୍କୁ କାଳିଆ ଯୋଜନାର ସହାୟତା ପ୍ରଦାନ କରିଛନ୍ତି । ଏହାଦ୍ବାରା ଝାରସୁଗୁଡା ବ୍ୟତୀତ ରାଜ୍ୟର ପ୍ରାୟ ୪୦ ଲକ୍ଷ କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କ ବ୍ୟାଙ୍କ ଖାତାକୁ ପାଖାପାଖି ୮୦୦ କୋଟି ଟଙ୍କା ସିଧାସଳଖ ପ୍ରଦାନ କରାଯାଇଛି । ଚାଷୀ ମାନଙ୍କୁ ଏହି ଟଙ୍କାକୁ ଚାଷ କାମରେ ଲଗାଇ କୃଷିରେ ଉନ୍ନତି ଆଣିବା ପାଇଁ ଏହି ଅବସରରେ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।

ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ଆୟୋଜିତ ଏହି କାର୍ୟ୍ୟକ୍ରମରେ ମୁଖ୍ୟମନ୍ତ୍ରୀ କହିଲେ ଯେ ଚାଷୀ ଆମ ଅର୍ଥନୀତିର ମୁଖ୍ୟ ଆଧାର । ଆମର କୃଷକମାନେ କେବଳ ଓଡିଶା ନୁହେଁ, ସାରା ଦେଶର ଖାଦ୍ୟ ସୁରକ୍ଷାରେ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିଛନ୍ତି ଓ ଓଡିଶା ପାଇଁ ଗୌରବ ଆଣିଛନ୍ତି। ଏଥିପାଇଁ ମୁଖ୍ୟମନ୍ତ୍ରୀ ଚାଷୀ ଭାଇଭଉଣୀ ମାନଙ୍କୁ ଧନ୍ୟବାଦ ଜଣାଇଛନ୍ତି।

କୃଷି ବିକାଶ ଓ କୃଷକ କଲ୍ୟାଣ ରାଜ୍ୟ ସରକାରଙ୍କ ସବୁଠାରୁ ଗୁରୁତ୍ବପୂର୍ଣ୍ଣ କାର୍ୟ୍ୟକ୍ରମ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏ ବର୍ଷ କୃଷି ପାଇଁ ୨୦ ହଜାର କୋଟିରୁ ଅଧିକ ଟଙ୍କାର ବଜେଟ ରଖାଯାଇଛି। ଏହି ଅବସରରେ କୃଷି ବିକାଶ ପାଇଁ ୮ଟି ନୂଆ କାର୍ୟ୍ୟକ୍ରମର ଶୁଭାରମ୍ଭ ହୋଇଥିଲା । ପଣସ ମିଶନ ଓ ରିୱାର୍ଡ  କାର୍ୟ୍ୟକ୍ରମର ଶୁଭାରମ୍ଭ ହେବା ସହିତ ମିଲେଟ୍‌ ମିଶନ ଓ ସମନ୍ବିତ କୃଷି ପ୍ରୋତ୍ସାହନ ନିମନ୍ତେ ସ୍ବତନ୍ତ୍ର କାର୍ୟ୍ୟକ୍ରମର ପ୍ରସାର ମଧ୍ୟ କରାଯାଉଛି ।

ସୂଚନାଯୋଗ୍ୟ ଯେ ପଣସ ମିଶନରେ ୯ଟି ଜିଲ୍ଲାର ପଣସ ଚାଷୀଙ୍କ ପାଇଁ ୯୭ କୋଟି ଟଙ୍କାର ପ୍ରୋତ୍ସାହନ ରଖାଯାଇଥିବା ବେଳେ, ରିୱାର୍ଡ ଯୋଜନାରେ ବୈଜ୍ଞାନିକ ପ୍ରଣାଳୀରେ ଜଳବିଭାଜିକା କାର୍ୟ୍ୟକ୍ରମ ଜରିଆରେ ଚାଷ ଜମିର ଉତ୍ପାଦକତା ବୃଦ୍ଧି ପାଇଁ ୫୦୦ କୋଟି ଟଙ୍କାର ଅର୍ଥ ବ୍ୟବସ୍ଥା କରାଯାଇଛି । ସେହିପରି ଓଡିଶା ମିଲେଟ୍‌ ମିଶନରେ ୧୯ଟି ଜିଲ୍ଲାର ୧୮୨ଟି ବ୍ଲକ୍‌ର ଚାଷୀ ମାନଙ୍କ ପାଇଁ ୨୮୦୮ କୋଟି ଟଙ୍କାର ବ୍ୟବସ୍ଥା କରାଯାଇଥିବା ବେଳେ ସମନ୍ବିତ କୃଷିର ପ୍ରୋତ୍ସାହନ ପାଇଁ ସ୍ବତନ୍ତ୍ର କାର୍ୟ୍ୟକ୍ରମରେ ୮ଟି ଜିଲ୍ଲାର ୧.୮ ଲକ୍ଷ କୃଷକ ପରିବାରକୁ ସାମିଲ କରିବା ପାଇଁ ୨୩୯ କୋଟି ଟଙ୍କାର ଅର୍ଥ ବ୍ୟବସ୍ଥା କରାଯାଇଛି । ଏହି ୪ଟି ଯୋଜନା ପାଇଁ ୩୬୪୪ କୋଟି ଟଙ୍କା ଖର୍ଚ୍ଚ କରାଯିବ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ କୃଷି କ୍ଷେତ୍ରରେ ପୁଞ୍ଜି ବିନିଯୋଗ ଉପରେ ଆମେ ବିଶେଷ ଗୁରୁତ୍ୱ ଦେଉଛୁ। କୃଷିକୁ ଏକ ଲାଭଜନକ ବୃତ୍ତି ଭାବରେ ବିକଶିତ କରବା ପାଇଁ ଆମର ଉଦ୍ୟମ ଜାରି ରହିବ ବୋଲି ସେ କହିଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଚାଷୀ ଭାଇ ମାନଙ୍କ ପାଇଁ ନୂଆ ‘କୃଷକ ଓଡିଶା’ ପୋର୍ଟାଲ ଲୋକାର୍ପିତ କରିଥିଲେ । ଏଥିରେ ଚାଷୀମାନେ ସାମିଲ ହୋଇ ସେମାନଙ୍କ ତଥ୍ୟ ଅପ୍‌ଡେଟ କଲେ ଆବଶ୍ୟକ ସେବା ଓ ପରାମର୍ଶ ପାଇପାରିବେ । ଏହାସହିତ କୃଷକ ଓ କୃଷି ଉଦ୍ୟୋଗୀ ମାନଙ୍କ ପାଇଁ ‘ଗୋ-ସୁଗମ’ ପୋର୍ଟାଲର ମଧ୍ୟ ଶୁଭାରମ୍ଭ କରିଥିଲେ । ଏହା କୃଷକ ମାନଙ୍କ ପାଇଁ ଦେଶର ପ୍ରଥମ ସିଙ୍ଗଲ ୱିନଡୋ ପ୍ଲାଟଫର୍ମ।

ଏହାସହିତ କୃଷି ଓ ଆନୁସଂଗିକ କ୍ଷେତ୍ରରେ କୃଷକଙ୍କ ଆୟ ବୃଦ୍ଧି ନିମନ୍ତେ ବାସ୍ତବମୁଖୀ ନୀତି ନିର୍ଦ୍ଧାରଣ ପାଇଁ “ଆନ୍ତର୍ଜାତିକ ଖାଦ୍ୟ ନୀତି ଗବେଷଣା ପ୍ରତିଷ୍ଠାନ” ଓ ରାଜ୍ୟ କୃଷି ବିଭାଗ ମଧ୍ୟରେ ଏକ ବୁଝାମଣାପତ୍ର ମଧ୍ୟ ସ୍ବାକ୍ଷରିତ ହୋଇଥିଲା । କୃଷକ ମାନଙ୍କ ସଶକ୍ତିକରଣ ପାଇଁ କୃଷକ ଉତ୍ପାଦକ ସଂଗଠନର ଏକ ମାର୍ଗଦର୍ଶିକା ମଧ୍ୟ ମଧ୍ୟ ମୁଖ୍ୟମନ୍ତ୍ରୀ ଉନ୍ମୋଚିତ କରିଥିଲେ ।

Powered by Froala Editor

Tags Naveen pattanaik

Related articles Odisha News Lens 4.1

  • ମିରଟ୍ ବ୍ଲୁ ଡ୍ରମ୍ ହତ୍ୟା ମାମଲା: ମୁସ୍କାନ ରସ୍ତୋଗୀ ଓ ପ୍ରେମିକଙ୍କୁ ମୃତ୍ୟୁଦଣ୍ଡ
    ଅପରାଧ

    ମିରଟ୍ ବ୍ଲୁ ଡ୍ରମ୍ ହତ୍ୟା ମାମଲା: ମୁସ୍କାନ ରସ୍ତୋଗୀ ଓ ପ୍ରେମିକଙ୍କୁ ମୃତ୍ୟୁଦଣ୍ଡ

    15264
    Oct 15, 2026
  • ୧୧ ବର୍ଷର ସମ୍ପର୍କ ଭାଙ୍ଗି ଚାଲିଗଲା ଷ୍ଟେଫି
    ଦେଶ-ଦେଶାନ୍ତର

    ୧୧ ବର୍ଷର ସମ୍ପର୍କ ଭାଙ୍ଗି ଚାଲିଗଲା ଷ୍ଟେଫି

    13574
    Oct 15, 2026
  • କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ...
    ବାଣିଜ୍ୟ

    କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ...

    14075
    Oct 15, 2026
  • କେନ୍ଦୁଝରରେ ଡିଜାଷ୍ଟର ରିକଭରି ଡାଟା ସେଣ୍ଟର ପ୍ରସ୍ତାବକୁ କ୍ୟାବିନେଟ ମୋହର
    ଦେଶ-ଦେଶାନ୍ତର

    କେନ୍ଦୁଝରରେ ଡିଜାଷ୍ଟର ରିକଭରି ଡାଟା ସେଣ୍ଟର ପ୍ରସ୍ତାବକୁ କ୍ୟାବିନେଟ ମୋହର

    13967
    Oct 14, 2026
  •  ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ: ଧର୍ମ ପରିବର୍ତ୍ତନ କଲାମାତ୍ରେ ସଂରକ୍ଷଣର ...
    ଦେଶ-ଦେଶାନ୍ତର

    ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ: ଧର୍ମ ପରିବର୍ତ୍ତନ କଲାମାତ୍ରେ ସଂରକ୍ଷଣର ...

    15215
    Oct 15, 2026
  • ମନ୍ତ୍ରୀ ପଦ ଓ ରାଜ୍ୟସଭା ସଦସ୍ୟ ପଦରୁ ଇସ୍ତଫା ଦେଲେ ସଂସଦୀୟ ବ୍ୟାପାର ...
    ଦେଶ-ଦେଶାନ୍ତର

    ମନ୍ତ୍ରୀ ପଦ ଓ ରାଜ୍ୟସଭା ସଦସ୍ୟ ପଦରୁ ଇସ୍ତଫା ଦେଲେ ସଂସଦୀୟ ବ୍ୟାପାର ...

    13650
    Oct 14, 2026
  • ଗଙ୍ଗା ନଦୀରେ ବୁଡ଼ିଲା ଡଙ୍ଗା, ଚାଲିଗଲା 14 ଜୀବନ
    ଦେଶ-ଦେଶାନ୍ତର

    ଗଙ୍ଗା ନଦୀରେ ବୁଡ଼ିଲା ଡଙ୍ଗା, ଚାଲିଗଲା 14 ଜୀବନ

    15027
    Oct 14, 2026
  •  ଇମ୍ରାନ ଖାନଙ୍କୁ  ଅକ୍ଟୋବର ୨୮ ସୁଦ୍ଧା ଭାରତ ଛାଡିବାକୁ ନିର୍ଦ୍ଦେଶ
    ଦେଶ-ଦେଶାନ୍ତର

    ଇମ୍ରାନ ଖାନଙ୍କୁ ଅକ୍ଟୋବର ୨୮ ସୁଦ୍ଧା ଭାରତ ଛାଡିବାକୁ ନିର୍ଦ୍ଦେଶ

    14394
    Oct 15, 2026
  • ଦୀପାବଳି ଉପହାର : ରେଳ କର୍ମଚାରୀଙ୍କୁ ୭୮ ଦିନର ବୋନସ୍
    ଦେଶ-ଦେଶାନ୍ତର

    ଦୀପାବଳି ଉପହାର : ରେଳ କର୍ମଚାରୀଙ୍କୁ ୭୮ ଦିନର ବୋନସ୍

    14988
    Oct 15, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    କେନ୍ଦୁଝରରେ ଡିଜାଷ୍ଟର ରିକଭରି ଡାଟା ସେଣ୍ଟର ପ୍ରସ୍ତାବକୁ କ୍ୟାବିନେଟ ମୋହର

    13967
    Oct 14, 2026
  • ଦେଶ-ଦେଶାନ୍ତର

    ଜୟପୁର ବିମାନବନ୍ଦରରେ ହାଇଜାକ୍ ଆଲର୍ଟ: ଜରୁରୀକାଳୀନ ଅବତରଣ କଲା ଏୟାର ଇଣ୍ଡିଆ ବିମାନ

    15702
    Oct 14, 2026
  • ବାଣିଜ୍ୟ

    କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ଆଲୁମିନିୟମ୍ ଦ୍ୱାରା ସୌର ଭିତ୍ତିଭୂମି ...

    14075
    Oct 15, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17182
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17875
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17825
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18245
    Sep 06, 2023

ବିଶେଷ

  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14593
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14697
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15702
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14376
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    16110
    Sep 23, 2026

ବାଣିଜ୍ୟ

କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ଆଲୁମିନିୟମ୍ ଦ୍ୱାରା ସୌର ଭିତ୍ତିଭୂମି ସ୍ଥାପନ

ଅନେକ ଗ୍ରାମରେ ସୌର ଶକ୍ତି ଚାଳିତ ପାନୀୟ ଜଳ ସୁବିଧା ସହିତ କଳାହାଣ୍ଡି ଏବଂ ରାୟଗଡ଼ାରେ ୧୪୬ରୁ ଅଧିକ ସୌର ଶକ୍ତି ଚାଳିତ ଷ୍ଟ୍ରିଟ୍ ଲାଇଟ୍ ଲଗାଯାଇଛି

ଭୁବନେଶ୍ୱର: ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପା ...

  • BSE ସେନ୍‌ସେକ୍ସ ୧୧୦୯ ପଏଣ୍ଟ ବଢ଼ିଲା

    13790
    Oct 14, 2026
  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

    15095
    Oct 09, 2026
  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15805
    Oct 08, 2026
  • ରେପୋ ରେଟ୍‌ ୨୫ ବେସିସ୍‌ ପଏଣ୍ଟ ବୃଦ୍ଧି

    15039
    Oct 08, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ୧୧ ବର୍ଷର ସମ୍ପର୍କ ଭାଙ୍ଗି ଚାଲିଗଲା ଷ୍ଟେଫି

    13574
    Oct 15, 2026
  • ମନ୍ତ୍ରୀ ପଦ ଓ ରାଜ୍ୟସଭା ସଦସ୍ୟ ପଦରୁ ଇସ୍ତଫା ଦେଲେ ସଂସଦୀୟ ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ଏଲ. ମୁରୁଗାନ

    13650
    Oct 14, 2026
  • କେନ୍ଦୁଝରରେ ଡିଜାଷ୍ଟର ରିକଭରି ଡାଟା ସେଣ୍ଟର ପ୍ରସ୍ତାବକୁ କ୍ୟାବିନେଟ ମୋହର

    13967
    Oct 14, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In