ବାତ୍ୟା ପାଇଁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ: ମୁଖ୍ୟ ଶାସନ ସଚିବ

ଭୁବନେଶ୍ବର: ଓଡିଶାକୁ ପୁଣି ବାତ୍ୟା ଭୟ ! ଦକ୍ଷିଣ ଆଣ୍ଡାମାନ ସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ତେବେ ସମ୍ଭାବ୍ୟ ବାତ୍ୟା ନେଇ ଏଯାଏଁ ଚିତ୍ର ସ୍ପଷ୍ଟ ହୋଇନାହିଁ । ୩ ଦିନ ପରେ ଏହାର ଚିତ୍ର ସ୍ପଷ୍ଟ ହେବ । ହେଲେ ରାଜ୍ୟ ସରକାର ସମ୍ପୂର୍ଣ୍ଣ ଭାବେ ପ୍ରସ୍ତୁତ ଅଛନ୍ତି। ଏ ନେଇ ସୂଚନା ଦେଇଛନ୍ତି ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ।
ମୁଖ୍ୟ ଶାସନ ସଚିବମୁଖ୍ୟ ଶାସନ ସଚିବ କହିଛନ୍ତି ଯେ, "ବାତ୍ୟା ସମ୍ପର୍କରେ ଏ ଯାଏଁ କିଛି ଜଣା ପଡିନାହିଁ । ବାତ୍ୟା କେଉଁ ଆଡ଼କୁ ଯିବ ସେ ନେଇ ବି କିଛି ଆକଳନ ହୋଇନାହିଁ । ହେଲେ ରାଜ୍ୟ ସରକାର ସମ୍ପୂର୍ଣ୍ଣ ଭାବେ ପ୍ରସ୍ତୁତ ଅଛନ୍ତି ।"ସମ୍ଭାବ୍ୟ ବାତ୍ୟା ନେଇ ଜିଲ୍ଲାପାଳମାନଙ୍କୁ ଆଲର୍ଟ ରହିବାକୁ ରାଜ୍ୟ ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି । ୩ ଦିନ ପରେ ଚିତ୍ର ସ୍ପଷ୍ଟ ହେବ । ତାପରେ ବାତ୍ୟାର ଦିଗ ଜଣାପଡ଼ିବ । ପାଣିପାଗ ତଥ୍ୟ ବିଶ୍ଳେଷଣ ଅନୁଯାୟୀ ଦକ୍ଷିଣ ଆଣ୍ଡାମାନ ସାଗର ଏବଂ ତାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହା ବାୟୁମଣ୍ଡଳର ମଧ୍ୟ ଭାଗ ଯାଏଁ ବ୍ୟାପିଛି । ଏହି ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୬ ତାରିଖ ବେଳକୁ ସମାନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି ।
Powered by Froala Editor