Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, September 24, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଭାରତ ଅଚାନକ ରୁଷରୁ ଅଶୋଧିତ ତୈଳ କ୍ରୟ ବନ୍ଦ ...

  • ଚୀନ୍ ରାଷ୍ଟ୍ରପତିଙ୍କୁ ସ୍ୱାଗତ କରିବା ...

  • ସ୍ଲିପର ବସ୍‌ରେ ଲାଗିଲା ନିଆଁ, ୯ ଯାତ୍ରୀ ...

  • ‘ଲହରୀ’କୁ ଶ୍ରେଷ୍ଠ ଓଡ଼ିଆ ଚଳଚ୍ଚିତ୍ର ...

  • ସ୍ଲିପର ବସରେ ଭୟାବହ ଅଗ୍ନିକାଣ୍ଡ, ୯ ...

  • ଡିଜେ ସାଉଣ୍ଡ୍ ଭୟଙ୍କର ଶବ୍ଦରେ ...

  • ପୁଅ ମୃତ୍ୟୁ ପରେ ଶାଶୂଙ୍କୁ ଭରଣପୋଷଣ ଦେବେ ...

  • ଆସନ୍ତା ୧୨ ଘଣ୍ଟା ପର୍ଯ୍ୟନ୍ତ ଗଭୀର ...

  • ବେଦାନ୍ତ ଆଲୁମିନିୟମର ଦକ୍ଷତା ବିକାଶ ...

  • ଦେଶରେ ମୌସୁମୀ ବର୍ଷା ସ୍ବାଭାବିକ ଠାରୁ ୧୫ ...

ରାଜ୍ୟ
Home ›› ରାଜ୍ୟ ››ଉତ୍କଳ ସାମ୍ବାଦିକ ସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ

ଉତ୍କଳ ସାମ୍ବାଦିକ ସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ

2022-05-04 16:46:53
14861
Share:
Facebook
Twitter
E-Mail
WhatsApp
Telegram
ଉତ୍କଳ ସାମ୍ବାଦିକ ସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ

ଭୁବନେଶ୍ୱର : ସାମ୍ବାଦିକମାନେ ସାମାଜିକ ପ୍ରତିବଦ୍ଧତା ସହ ନିରପେକ୍ଷ ସମ୍ବାଦ ପରିବେଷଣ କଲେ ସମାଜର ମଙ୍ଗଳ ସାଧନ ହେବ। ସେମାନଙ୍କର ସମାଜ ପ୍ରତି ଗୁରୁଦାୟିତ୍ବ ରହିଛି ବୋଲି ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର କହିଛନ୍ତି। ବୁଧବାର ଜୟଦେବ ଭବନଠାରେ ଉତ୍କଳ ସାମ୍ବାଦିକ ସଂଘ ଓ ଭୁବନେଶ୍ୱର ସାମ୍ବାଦିକ ସଂଘ ପକ୍ଷରୁ ମିଳିତ ଭାବେ ଆୟୋଜିତ ରାଜ୍ୟସ୍ତରୀୟ ସାମ୍ବାଦିକ ସମ୍ମେଳନକୁ ଉଦ୍‌ଘାଟନ କରି ଶ୍ରୀ ମହାପାତ୍ର ଏହା କହିଛନ୍ତି।

ସେ କହିଥିଲେ ଯେ, କ୍ଷେତ୍ରସ୍ତରରେ କାର୍ଯ୍ୟରତ ସାମ୍ବାଦିକଙ୍କ ସୁରକ୍ଷା ଓ ଅଧିକ ଟଙ୍କାର ସ୍ୱାସ୍ଥ୍ୟବୀମା ଆଦି ସାମ୍ବାଦିକଙ୍କ ଆବଶ୍ୟକତା ବିଷୟରେ ସରକାର ସଚେତନ ଅଛନ୍ତି। କାର୍ଯ୍ୟରତ ସାମ୍ବାଦିକଙ୍କୁ ଆକ୍ରମଣକାରୀଙ୍କ ବିରୋଧରେ ଦୃଷ୍ଟାନ୍ତମୂଳକ ଆଇନଗତ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ଜିଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କୁ ନିର୍ଦେଶ ଦିଆଯାଇଛି। ସାମ୍ବାଦିକଙ୍କର ଅନ୍ୟାନ୍ୟ ଆବଶ୍ୟକତା ଓ ଦାବି ବିଷୟରେ ସରକାର ସହୃଦୟତାର ବିଚାର କରୁଛନ୍ତି।  ବିଶ୍ୱ ପ୍ରେସ୍‌ ସ୍ୱାଧୀନତା ଦିବସ ଉପଲକ୍ଷେ  ଆୟୋଜିତ ଫଟୋଚିତ୍ର ପ୍ରଦର୍ଶନୀକୁ ଶ୍ରୀ ମହାପାତ୍ର ବୁଲି ଦେଖିଥିଲେ। ରାଜ୍ୟର ବିଭିନ୍ନ ସ୍ଥାନରୁ ସାମ୍ବାଦିକତା କ୍ଷେତ୍ରରେ ଉତ୍ତମ କାର୍ଯ୍ୟ କରିଥିବା ସାତଜଣ ଯୁବ ସାମ୍ବାଦିକଙ୍କୁ  ମୁଖ୍ୟ ଶାସନ ସଚିବ ସମ୍ବର୍ଦ୍ଧିତ କରିଥିଲେ। ସମ୍ବର୍ଦ୍ଧିତ ସାମ୍ବାଦିକମାନେ ହେଲେ ପୂର୍ଣ୍ଣଚନ୍ଦ୍ର ନାୟକ, ରାଜେନ ଚୌଧୁରୀ, ଭରତ ବେହେରା, ମନୋଜ ପ୍ରଧାନ, ରାମଚନ୍ଦ୍ର ପାଲ ଓ ପ୍ରତାପ ଚନ୍ଦ୍ର ପ୍ରଧାନ।

ମଧ୍ୟାହ୍ନ ଅଧିବେଶନରେ ଆୟୋଜିତ ସମ୍ମିଳନୀରେ ନଗର ଉନ୍ନୟନ, ଆଇନ ଓ ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନା ଯୋଗ ଦେଇ ସାମ୍ବାଦିକଙ୍କ କ୍ଷେତ୍ରରେ ଲାଗୁ କରାଯାଇଥିବା ଗୃହ ଓ ଯାନବାହନ ଋଣର ସୁଧ ରିଆତି ସୁବିଧା ଉପରେ ଗୁରୁତ୍ୱାରୋପ କରାଯିବ ବୋଲି କହିଥିଲେ। ସମ୍ମାନିତ ଅତିଥି କୃଷି, ମତ୍ସ୍ୟ ଓ ପଶୁ ସମ୍ପଦ ଏବଂ ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ  କହିଥିଲେ ଯେ, ସାମ୍ବାଦିକମାନେ ନିଜର ଦାୟିତ୍ୱ ଓ କର୍ତ୍ତବ୍ୟ ପ୍ରତି ଅଧିକ ସଚେତନ ହେବା ଜରୁରୀ। ଭୁବନେଶ୍ୱର ମଧ୍ୟ ବିଧାୟକ ଅନନ୍ତ ନାରାୟଣ ଜେନା, ବରିଷ୍ଠ ସାମ୍ବାଦିକ ପ୍ରଦ୍ୟୁମ୍ନ କୁମାର ମହାନ୍ତି  ଯୋଗ ଦେଇ ଉଦ୍‌ବୋଧନ ଦେଇଥିଲେ। ମନ୍ତ୍ରୀ ଶ୍ରୀ େଜନା ଏହି ଅବସରରେ ଅମରେଶ େଜନା ଓ ସାମ୍ବାଦିକ ଜିେତନ୍ଦ୍ର ମହାନ୍ତି, ଜିତେନ୍ଦ୍ର ସାହୁଙ୍କୁ ସମ୍ବର୍ଦ୍ଧିତ କରିଥିଲେ।

ସଂଘର ସଭାପତି ବିଭୂତି ଭୂଷଣ କରଙ୍କ ଅଧ୍ୟକ୍ଷତାରେ ଆୟୋଜିତ ସମ୍ମିଳନୀରେ ସ୍ୱାସ୍ଥ୍ୟବୀମା ରାଶି  ୨ଲକ୍ଷରୁ ୧୦ ଲକ୍ଷ ଟଙ୍କାକୁ ବୃଦ୍ଧି, ଅବସରକାଳୀନ ପେନସନ ପ୍ରଦାନ ତଥା ସାମ୍ବାଦିକ ସୁରକ୍ଷା ଆଇନ ତୁରନ୍ତ ଲାଗୁ ଦିଗରେ  ଅତିଥିଙ୍କ ଦୃଷ୍ଟିଆକର୍ଷଣ କରାଯାଇଥିଲା। ସଂଘର ମୁଖ୍ୟ ଉପଦେଷ୍ଟା ତଥା ବରିଷ୍ଠ ସାମ୍ବାଦିକ ପ୍ରଦୋଷ ପଟ୍ଟନାୟକ ସମ୍ମାନିତ ଅତିଥି ଭାବେ ଯୋଗଦେଇ ସାମ୍ବାଦିକଙ୍କ ବିଭିନ୍ନ ସମସ୍ୟା ଉପରେ ଆଲୋକପାତ କରିଥିଲେ। ଜାତୀୟ ସାମ୍ବାଦିକ କଲ୍ୟାଣ ବୋର୍ଡର ସାଧାରଣ ସମ୍ପାଦକ ସନତ ମିଶ୍ର ଅତିଥି ପରିଚୟ ପ୍ରଦାନ କରିଥିଲେ। ସାମ୍ବାଦିକ ଲିଙ୍ଗରାଜ ସାହୁଙ୍କୁ ଉତ୍କଳ ସାମ୍ବାଦିକ ସଂଘର ରାଜ୍ୟ ମୁଖପାତ୍ର ଭାବେ ମନୋନୀତ କରାଯାଇଥିଲା। ଭୁବନେଶ୍ୱର ସାମ୍ବାଦିକ ସଂଘର ସଭାପତି ପ୍ରତାପ ଚନ୍ଦ୍ର ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ। ଭୁବନେଶ୍ବର ସାମ୍ବାଦିକ ସଂଘର ସାଧାରଣ ସମ୍ପାଦକ ଲକ୍ଷ୍ମୀକାନ୍ତ ଦାସ, ଜିତେନ୍ଦ୍ର ମହାନ୍ତି, ଟୁଲୁ ପାତ୍ର, ଜିତେନ୍ଦ୍ର ସାହୁ, ମନୋଜ ପ୍ରଧାନ, ବିମଳ ପ୍ରଧାନ, ଗଗନ ସ୍ୱାଇଁ ଓ ଲିଙ୍ଗରାଜ ସାହୁ ପ୍ରମୁଖ ପରିଚାଳନାରେ ସହଯୋଗ କରିଥିଲେ। ରାଜ୍ୟର ୩୦ଟି ଜିଲାର ସଭାପତି, ସମ୍ପାଦକ ଓ କାର୍ଯ୍ୟକର୍ତ୍ତାଙ୍କୁ ସମ୍ମିଳନୀରେ ସମ୍ମାନିତ କରାଯାଇଥିଲା। ଏହାଛଡ଼ା ବିଭିନ୍ନ ସ୍ତରରେ ଉଲ୍ଲେଖନୀୟ ସେବା ପାଇଁ  ୧୫ଜଣଙ୍କୁ ସମ୍ମାନିତ କରାଯାଇଥିଲା।

Powered by Froala Editor

Tags Journalist,

Related articles Odisha News Lens 4.1

  • ଚୀନ୍ ରାଷ୍ଟ୍ରପତିଙ୍କୁ ସ୍ୱାଗତ କରିବା ବେଳେ ଚମକି ପଡ଼ିଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    ଚୀନ୍ ରାଷ୍ଟ୍ରପତିଙ୍କୁ ସ୍ୱାଗତ କରିବା ବେଳେ ଚମକି ପଡ଼ିଲେ ଟ୍ରମ୍ପ

    15372
    Sep 24, 2026
  •  ଆସନ୍ତା ୧୨ ଘଣ୍ଟା ପର୍ଯ୍ୟନ୍ତ ଗଭୀର ଅବପାତର ତୀବ୍ରତା ବଜାୟ ରଖିବା ସମ୍ଭାବନା
    ଦେଶ-ଦେଶାନ୍ତର

    ଆସନ୍ତା ୧୨ ଘଣ୍ଟା ପର୍ଯ୍ୟନ୍ତ ଗଭୀର ଅବପାତର ତୀବ୍ରତା ବଜାୟ ରଖିବା ସମ୍ଭାବନା

    14220
    Sep 24, 2026
  • ସ୍ଲିପର ବସରେ ଭୟାବହ ଅଗ୍ନିକାଣ୍ଡ, ୯ ଯାତ୍ରୀ ଜୀବନ୍ତ ଦଗ୍ଧ
    ଦେଶ-ଦେଶାନ୍ତର

    ସ୍ଲିପର ବସରେ ଭୟାବହ ଅଗ୍ନିକାଣ୍ଡ, ୯ ଯାତ୍ରୀ ଜୀବନ୍ତ ଦଗ୍ଧ

    14869
    Sep 24, 2026
  • ‘ଲହରୀ’କୁ ଶ୍ରେଷ୍ଠ ଓଡ଼ିଆ ଚଳଚ୍ଚିତ୍ର ପୁରସ୍କାର
    ମନୋରଞ୍ଜନ

    ‘ଲହରୀ’କୁ ଶ୍ରେଷ୍ଠ ଓଡ଼ିଆ ଚଳଚ୍ଚିତ୍ର ପୁରସ୍କାର

    15634
    Sep 24, 2026
  • ବେଦାନ୍ତ ଆଲୁମିନିୟମର ଦକ୍ଷତା ବିକାଶ ପଦକ୍ଷେପ କାଳାହାଣ୍ଡିର ୧୦୦୦ ରୁ ଅଧିକ ...
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମର ଦକ୍ଷତା ବିକାଶ ପଦକ୍ଷେପ କାଳାହାଣ୍ଡିର ୧୦୦୦ ରୁ ଅଧିକ ...

    15648
    Sep 23, 2026
  • ଭାରତ ଅଚାନକ ରୁଷରୁ ଅଶୋଧିତ ତୈଳ କ୍ରୟ ବନ୍ଦ କରିପାରିବ ନାହିଁ: ଅର୍ଥମନ୍ତ୍ରୀ
    ଦେଶ-ଦେଶାନ୍ତର

    ଭାରତ ଅଚାନକ ରୁଷରୁ ଅଶୋଧିତ ତୈଳ କ୍ରୟ ବନ୍ଦ କରିପାରିବ ନାହିଁ: ଅର୍ଥମନ୍ତ୍ରୀ

    15081
    Sep 24, 2026
  • ଦେଶରେ ମୌସୁମୀ ବର୍ଷା ସ୍ବାଭାବିକ ଠାରୁ ୧୫ ପ୍ରତିଶତ କମ୍ ରହିଛି
    ଦେଶ-ଦେଶାନ୍ତର

    ଦେଶରେ ମୌସୁମୀ ବର୍ଷା ସ୍ବାଭାବିକ ଠାରୁ ୧୫ ପ୍ରତିଶତ କମ୍ ରହିଛି

    13761
    Sep 23, 2026
  • ପୁଅ ମୃତ୍ୟୁ ପରେ ଶାଶୂଙ୍କୁ ଭରଣପୋଷଣ ଦେବେ ବୋହୂ
    ଦେଶ-ଦେଶାନ୍ତର

    ପୁଅ ମୃତ୍ୟୁ ପରେ ଶାଶୂଙ୍କୁ ଭରଣପୋଷଣ ଦେବେ ବୋହୂ

    14620
    Sep 24, 2026
  • ସ୍ଲିପର ବସ୍‌ରେ ଲାଗିଲା ନିଆଁ, ୯ ଯାତ୍ରୀ ଜୀବନ୍ତ ଦଗ୍ଧ
    ଦେଶ-ଦେଶାନ୍ତର

    ସ୍ଲିପର ବସ୍‌ରେ ଲାଗିଲା ନିଆଁ, ୯ ଯାତ୍ରୀ ଜୀବନ୍ତ ଦଗ୍ଧ

    14848
    Sep 24, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଡିଜେ ସାଉଣ୍ଡ୍ ଭୟଙ୍କର ଶବ୍ଦରେ ଛାତ୍ରୀଙ୍କୁ ହୃଦଘାତ

    13414
    Sep 24, 2026
  • ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମର ଦକ୍ଷତା ବିକାଶ ପଦକ୍ଷେପ କାଳାହାଣ୍ଡିର ୧୦୦୦ ରୁ ଅଧିକ ଯୁବକଯୁବତୀଙ୍କ ଦକ୍ଷତା ବୃଦ୍ଧି ସହିତ ଜୀବିକା ...

    15648
    Sep 23, 2026
  • ଦେଶ-ଦେଶାନ୍ତର

    ଭାରତ ଅଚାନକ ରୁଷରୁ ଅଶୋଧିତ ତୈଳ କ୍ରୟ ବନ୍ଦ କରିପାରିବ ନାହିଁ: ଅର୍ଥମନ୍ତ୍ରୀ

    15081
    Sep 24, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17124
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17810
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17783
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18193
    Sep 06, 2023

ବିଶେଷ

  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15520
    Sep 23, 2026
  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଦ୍ୱାରା ହୋଇଥାଏ ଏହି ଅସୁବିଧା

    15147
    Sep 21, 2026
  • ଅଫିସ ବ୍ୟାଗ୍ ରଖନ୍ତୁ ଏହି ସ୍ଥାନରେ

    14517
    Sep 18, 2026
  • ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି

    14764
    Sep 11, 2026
  • ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ଗୁଣ, ଜାଣନ୍ତୁ କ’ଣ ?

    16395
    Sep 09, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମର ଦକ୍ଷତା ବିକାଶ ପଦକ୍ଷେପ କାଳାହାଣ୍ଡିର ୧୦୦୦ ରୁ ଅଧିକ ଯୁବକଯୁବତୀଙ୍କ ଦକ୍ଷତା ବୃଦ୍ଧି ସହିତ ଜୀବିକା ନିର୍ବାହରେ ସହାୟକ ହୋଇଛି

ଭୁବନେଶ୍ୱର : କଳାହାଣ୍ଡିର ଯୁବକଯୁବତୀଙ୍କ ପାଇଁ ଧନ୍ଦାମୂଳକ ତାଲିମ ଏବଂ ସ୍ଥାୟୀ ଜୀବିକା ନିର୍ବାହ ଏକ ଗୁରୁତ୍ୱପୂର୍ଣ୍ଣ ଆହ୍ୱାନ ହୋଇ ରହିଛି। ଏହି ଆବଶ୍ୟକତାକୁ ପୂରଣ କରି, ବେଦାନ୍ତ ଆଲୁମିନିୟମ ସ୍ଥାନୀୟ ଅଞ୍ଚଳର ଯୁ ...

  • ଆଇଆଇଏ ଓଡ଼ିଶା ଚାପ୍ଟରର ନୂଆ ଏକଜିକ୍ୟୁଟିଭ କମିଟି ୨୦୨୬-୨୮ ନିମନ୍ତେ ଦାୟିତ୍ଵ ଗ୍ରହଣ କଲେ

    14421
    Sep 17, 2026
  • EPFOରେ ବଡ଼ ପରିବର୍ତ୍ତନ, ୧୫,୦୦୦ ଟଙ୍କାରୁ ୨୫,୦୦୦ ବଢ଼ିଲା ଟଙ୍କା ସୀମା

    15615
    Sep 17, 2026
  • ବେଦାନ୍ତ ଆଲୁମିନିୟମର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିର ଗ୍ରାମାଞ୍ଚଳରେ ଜଳସେଚନ ସୁବିଧାକୁ ସୁଦୃଢ଼ କରିଛି

    15380
    Sep 16, 2026
  • ୯ ଅକ୍ଟୋବରରୁ ଫ୍ଲିପକାର୍ଟର Big Billion Days Sale !

    14670
    Sep 12, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଆସନ୍ତା ୧୨ ଘଣ୍ଟା ପର୍ଯ୍ୟନ୍ତ ଗଭୀର ଅବପାତର ତୀବ୍ରତା ବଜାୟ ରଖିବା ସମ୍ଭାବନା

    14220
    Sep 24, 2026
  • ଚୀନ୍ ରାଷ୍ଟ୍ରପତିଙ୍କୁ ସ୍ୱାଗତ କରିବା ବେଳେ ଚମକି ପଡ଼ିଲେ ଟ୍ରମ୍ପ

    15372
    Sep 24, 2026
  • ପୁଅ ମୃତ୍ୟୁ ପରେ ଶାଶୂଙ୍କୁ ଭରଣପୋଷଣ ଦେବେ ବୋହୂ

    14620
    Sep 24, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In