ରାଜ୍ୟରେ ଆଉ ୧୮ କରୋନା ପଜିଟିଭ ଚିହ୍ନଟ
ଭୁବନେଶ୍ଵର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ୧ ୧ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୦୭ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୪ ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୧୦୩ ଜଣକୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
ରାଜ୍ୟରେ ସାମାନ୍ୟ ବଢ଼ିଲା କୋଭିଡ୍ କେସ। ୭ଟି ଜିଲ୍ଲାରୁ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୭ ଜଣ, ନୂଆପଡ଼ାରୁ ୩ ଜଣ, ବାଲେଶ୍ବର ଓ ସମ୍ବଲପୁର ଜିଲ୍ଲାରୁ ୨ ଜଣ ଲେଖାଁଏ, ବଲାଙ୍ଗୀର, କେନ୍ଦୁଝର ଓ ସୋନପୁର ଜିଲ୍ଲାରୁ ଜଣେ ଲେଖାଁଏ ଏବଂ ଷ୍ଟୋଟ୍ ପୁଲରୁ ଜଣେ ସଂକ୍ରମିତ ରହିଛନ୍ତି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୮୧୦୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୯୯ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୭୮୮୨୫ଜଣ ସୁସ୍ଥ ହୋଇଛନ୍ତି ।
Powered by Froala Editor