ଦେଶରେ ଦିନକରେ ୩୨୭୫ ନୂଆ ସଂକ୍ରମିତ, ୫୫ ମୃତ

ନୂଆଦିଲ୍ଲୀ: ଦେଶରେ ବଢୁଛି କୋରୋନା ଆତଙ୍କ । ପ୍ରତିଦିନ ୩ ହଜାରେ ଉପରେ ରହୁଛି ସଂକ୍ରମଣ ମାମଲା । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ପୁଣି ୩,୨୭୫ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଆଜି ମୃତ୍ୟୁସଂଖ୍ୟା ମଧ୍ୟ ବୃଦ୍ଧି ପାଇଛି । ଦିନକରେ ଦେଶରେ ୫୫ ଜଣ କୋରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଥିବା ବେଳେ ୩,୦୧୦ ଜଣ ସୁସ୍ଥ ହୋଇଛନ୍ତି । କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି ।
ମନ୍ତ୍ରଣାଳୟ ଅନୁଯାୟୀ, ଆଜିର ନୂତନ ସଂକ୍ରମଣକୁ ମିଶାଇ ବର୍ତ୍ତମାନ ଦେଶରେ ମୋଟ ସକ୍ରିୟ ମାମଲା ୧୯,୭୧୯କୁ ବୃଦ୍ଧି ପାଇଛି । ଏଯାବତ୍ ସମୁଦାୟ ୪,୨୫,୪୭,୬୯୯ ସଂକ୍ରମିତ ସୁସ୍ଥ ହୋଇଛନ୍ତି ଏବଂ ୫,୨୩,୯୭୫ ଜଣଙ୍କ ମୃତ୍ୟୁ ଘଟିଛି । ଦେଶବ୍ୟାପୀ ସମୁଦାୟ ୧୮୯ କୋଟିରୁ ଅଧିକ ଡୋଜ୍ ଟୀକାକରଣ କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ କେବଳ ୧୩,୯୮,୭୧୦ ଡୋଜ୍ ଦିଆଯାଇଛି ।
Powered by Froala Editor