ପୁଣି ଡରାଇଲା କରୋନା, ରାଜ୍ୟରେ ୭୧ କୋଭିଡ୍ ପଜିଟିଭ
ଭୁବନେଶ୍ଵର : ରାଜ୍ୟରେ ପୁଣି ଡରାଇଲା କରୋନା। ଏକା ଥରକେ ୫୦ ଟପିଲା ଦୈନିକ ସଂକ୍ରମଣ। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ୦୭ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୪ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୬୬ ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୨୦୨ ଜଣକୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ୨ଜଣ, କନ୍ଧମାଳ ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୨ଜଣ, ନୂଆପଡ଼ା ଜିଲ୍ଲାରୁ ଜଣେ, ରାୟଗଡ଼ା ଜିଲ୍ଲାରୁ ୬୪ଜଣ, ଷ୍ଟେଟ ପୁଲ୍ରୁ ଜଣେ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୮୨୦୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୬୦ ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୭୮୮୬୩ଜଣ ସୁସ୍ଥ ହୋଇଛନ୍ତି ।
Powered by Froala Editor