ରାଜ୍ୟରେ ୮ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ଵର : ରାଜ୍ୟରେ ପୁଣି ଖସିଲା କରୋନ ଗ୍ରାଫ୍। ଗତ ୨୪ ଘଣ୍ଟା ମଧ୍ୟରେ ୮ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ୦୫ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୦୩ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୨ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୨୧୦ ଜଣକୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
୫ ଜିଲ୍ଲାରୁ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୩ ଜଣ, ବଲାଙ୍ଗୀର, କନ୍ଧମାଳ,ମୟୂରଭଞ୍ଜ ଓ ନୂଆପଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ଏବଂ ଷ୍ଟେଟ୍ ପୁଲ୍ରୁ ଜଣେ ସଂକ୍ରମିତ ରହିଛନ୍ତି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୮୨୧୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୬୧ ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୭୮୮୭୦ଜଣ ସୁସ୍ଥ ହୋଇଛନ୍ତି ।
Powered by Froala Editor