ରାଜ୍ୟରେ ୧୨ କରୋନା ପଜିଟିଭ ଚିହ୍ନଟ
ଭୁବନେଶ୍ଵର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ୦୭ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୦୫ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ଜଣେ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୨୨୨ଜଣକୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
୬ ଜିଲ୍ଲାରୁ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୪ ଜଣ, ବାଲେଶ୍ବର ଓ ନୂଆପଡ଼ା ଜିଲ୍ଲାରୁ ୨ ଜଣ ଲେଖାଁଏ, କଟକ, କନ୍ଧମାଳ ଓ କେନ୍ଦ୍ରପଡ଼ା ଜିଲ୍ଲାରୁ ଜଣେ ଲେଖାଁଏ ଏବଂ ଷ୍ଟେଟ୍ ପୁଲ୍ରୁ ଜଣେ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୮୨୨୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୬୬ ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୭୮୮୭୭ଜଣ ସୁସ୍ଥ ହୋଇଛନ୍ତି ।
Powered by Froala Editor