ଘଣ୍ଟା ପ୍ରତି ୧୨ କିମି ବେଗରେ ଗତି କରୁଛି ଅସାନି
ଭୁବନେଶ୍ୱର: ପୁରୀଠାରୁ ପ୍ରାୟ ୫୯୦ କିଲୋମିଟର ଦୂରରେ ଅସାନି। ଦକ୍ଷିଣ, ଦକ୍ଷିଣ-ପଶ୍ଚିମ ଦିଗରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ହୋଇଛି। ସେହିପରି ଏହା ଗୋପାଳପୁରଠାରୁ ଦକ୍ଷିଣ, ଦକ୍ଷିଣ-ପଶ୍ଚିମରେ ୫୧୦ କିଲୋମିଟରେ ଦୂରରେ ରହିଛି। ଘଣ୍ଟା ପ୍ରତି ୧୨ କିଲୋମିଟର ବେଗରେ ପଶ୍ଚିମ, ଉତ୍ତର-ପଶ୍ଚିମ ଦିଗରେ ଗତି କରୁଥିବା ପାଣିପାଗ ବିଭାଗ ସୂଚନା ଦେଇଛି। ଗୋପାଳପୁରର ଦକ୍ଷିଣ-ଦକ୍ଷିଣପଶ୍ଚିମକୁ ୫୧୦ କିମି ଦୂରରେ ଏହା କେନ୍ଦ୍ରୀଭୂତ ହୋଇଥିବା ବେଳେ ପୁରୀଠାରୁ ଦକ୍ଷିଣ-ଦକ୍ଷିଣପଶ୍ଚିମ ଦିଗରେ ୫୯୦ କିମି ଦୂରରେ ରହିଛି । ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଘଣ୍ଟା ପ୍ରତି ଏହା ୧୨ କିମି ବେଗରେ ଗତି କରୁଛି ।ବଙ୍ଗୋପସାଗରରେ ଭୀଷଣ ବାତ୍ୟାର ରୂପ ନେଇଥିବା ‘ଅସାନି’ ଓଡ଼ିଶା ଉପକୂଳମୁହାଁ ହୋଇଥିବା ବେଳେ ଅନୁଭୂତ ହେଲାଣି ଏହାର ପ୍ରଭାବ । ‘ଅସାନି’ ପ୍ରଭାବରେ କିଛି କିଛି ସ୍ଥାନରେ ଆରମ୍ଭ ହୋଇଗଲାଣି ବର୍ଷା।
’ଅସାନି’ ପ୍ରଭାବରେ ଆଜିଠୁ ଆସନ୍ତା ୩ ଦିନ ଧରି ୭ ଉପକୂଳ ଜିଲ୍ଲାରେ ମଧ୍ୟମରୁ ପ୍ରବଳ ବର୍ଷା ହୋଇପାରେ। କିଛି ଜିଲ୍ଲାରେ ଘଣ୍ଟା ପ୍ରତି ପ୍ରାୟ ୫୦ କିଲୋମିଟର ବେଗରେ ପବନ ବହିବା ସମ୍ଭାବନା ଥିବାରୁ ଏହାକୁ ନେଇ ଉପକୂଳ ଜିଲ୍ଲାରେ ଜାରି କରାଯାଇଛି ସତର୍କତା ସୂଚନା । ଆଜି ଗଜପତି, ଗଞ୍ଜାମ ଓ ପୁରୀରେ ମଧ୍ୟମରୁ ପ୍ରବଳ ବର୍ଷା ହେବା ନେଇ ଆଲର୍ଟ କରାଯାଇଛି ।
୧୧ରେ ଗଞ୍ଜାମ, ପୁରୀ, ଖୋର୍ଦ୍ଧା, କଟକ ଓ ଜଗତସିଂହପୁରରେ ବର୍ଷିବ। ସେହିଭଳି ୧୨ରେ ପୁରୀ, ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱରରେ ବର୍ଷା ହେବ। ଏହା ସହ ୧୨ରେ ପାରାଦୀପ ନିକଟରେ ଦୁର୍ବଳ ହୋଇ ବାତ୍ୟା ରୂପରେ ଅତିକ୍ରମ କରିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
Powered by Froala Editor