ଆଜି ଦେଶରେ ୨ହଜାର ୮୯୭ ପଜିଟିଭ୍
ନୂଆଦିଲ୍ଲୀ: ଦେଶକୁ ପୁଣି ଘାରିଛି କରୋନା ଭୟ । ଦୈନିକ ସଂକ୍ରମଣ ଏବଂ ମୃତୁ୍ୟ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି । ଏହାକୁ ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି । ଗତ ୨୪ ଘଣ୍ଟାରେ କରୋନା ସଂକ୍ରମଣ ୩ ହଜାର ତଳେ ରହିଛି । ଆଜି ୨ ହଜାର ୮୯୭ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ଗତ ୨୪ ଘଣ୍ଟାରେ ମୃତୁ୍ୟ ସଂଖ୍ୟା ୫୪ ରହିଛି । ଗୋଟିଏ ଦିନ ତଳେ ଏହା ୧୦ ରହିଥିଲା । ଏହି ସମୟରେ ସକ୍ରିୟ ମାମଲା ୧୯ ହଜାର ୪୯୪ ରହିଛି ।
ସେହିପରି ୨୪ ଘଣ୍ଟାରେ ୨ ହଜାର ୯୮୬ ଜଣ ସୁସ୍ଥ ହୋଇଛନ୍ତି । ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୨୪ ହଜାର ୧୫୭ ଛୁଇଁଛି । ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୩୧ ଲକ୍ଷ ୧୦ ହଜାର ୬୮୯ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୨୫ ଲକ୍ଷ ୬୬ ହଜାର ୯୩୫ ଜଣ ସୁସ୍ଥ ହୋଇ ସାରିଛନ୍ତି । ବର୍ତ୍ତମାନ ସୁଦ୍ଧା ଦେଶରେ ଟିକାକରଣ ସଂଖ୍ୟା ୧୯୦ କୋଟି ୭୦ ଲକ୍ଷରୁ ଅଧିକ ଟପିଛି । ସେଥିମଧ୍ୟରେ ୯୧ କୋଟି ୫୦ ଲକ୍ଷରୁ ଅଧିକ ପ୍ରଥମ ଡୋଜ୍ ଥିବାବେଳେ ୮୧ କୋଟି ୮୦ ଲକ୍ଷରୁ ଅଧିକ ଦ୍ୱିତୀୟ ଡୋଜ୍ ରହିଛି ।
ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଦିଲ୍ଲୀରେ ସର୍ବାଧିକ ୧,୧୧୮ ଜଣ ଆକ୍ରାନ୍ତ, ସହିପରି ହରିୟାଣାରେ ୪୦୧ ଜଣ, କେରଳରେ ୩୪୬ ଜଣ, ଉତ୍ତରପ୍ରଦେଶରେ ୨୭୮ ଜଣ, ମହାରାଷ୍ଟ୍ରରେ ୨୨୩ ଜଣ, କର୍ଣ୍ଣାଟକରେ ୧୨୯ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
Powered by Froala Editor