ରାଜ୍ୟରେ ୧୪ କରୋନା ପଜିଟିଭ୍ ଚିହ୍ନଟ
ଭୁବନେଶ୍ଵର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ୮ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୦୬ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୪ ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୩୦୪ ଜଣକୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
୪ ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ନୂଆପଡ଼ା ଜିଲ୍ଳାରୁ ୯ ଜଣ, କଟକରୁ ୩ ଜଣ, ବାଲେଶ୍ବର ଓ ଖୋର୍ଦ୍ଧା ଜିଲ୍ଲାରୁ ଜଣେ ଲେଖାଁଏ ଆକ୍ରାନ୍ତ ରହିଛନ୍ତି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୮୩୦୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୩୮ ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୭୮୯୮୭ଜଣ ସୁସ୍ଥ ହୋଇଛନ୍ତି ।
Powered by Froala Editor