ଆଣ୍ଡାମାନ ଛୁଇଁବ ମୌସୁମୀ
ଭୁବନେଶ୍ୱର: ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ଆଣ୍ଡାମାନ ସାଗର, ନିକୋବର ଦ୍ବୀପପୁଞ୍ଜ ଓ ଏହାର ନିକଟବର୍ତ୍ତୀ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଛୁଇଁବ ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଅନ୍ୟପକ୍ଷରେ ଆଭ୍ୟନ୍ତରୀଣ ଓ ପଶ୍ଚିମ ଓଡ଼ିଶାରେ ଗ୍ରୀଷ୍ମଲହରୀ ଜାରି ରହିଛି।
ସେହିପରି ରାଜ୍ୟରେ ଆସନ୍ତା ୧୯ ତାରିଖ ପର୍ୟ୍ୟନ୍ତ କାଳବୈଶାଖୀ ପ୍ରଭାବ ରହିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଆସନ୍ତାକାଲିଠାରୁ ୧୬ ତାରିଖ ସକାଳ ପର୍ୟ୍ୟନ୍ତ ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କାଳବୈଶାଖୀ ପ୍ରଭାବରେ ବଜ୍ରପାତ ସହ ବର୍ଷା ଓ ପବନ ହେବ । ଏହି ସମୟରେ ପବନର ବେଗ ୩୦ରୁ ୪୦ କିମି ରହିବ । କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ନୂଆପଡ଼ା, ଗଜପତି, ରାୟଗଡ଼ା, କନ୍ଧମାଳ, ଯାଜପୁର ଓ ଭଦ୍ରକର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ସହ ବର୍ଷା ହେବ ।
Powered by Froala Editor