ଆଜି ରାଜ୍ୟରେ ୭ କରୋନା ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର: ରାଜ୍ୟରେ ଦିନେ କମିଲେ ଦିନେ ବଢୁଛି କରୋନା ସଂକ୍ରମଣ । ଗତ ୨୪ଘଣ୍ଟାରେ ରାଜ୍ୟରେ ୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୫ଜଣ ରହିଥିବାବେଳେ ୨ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସ ୨ଜଣ ରହିଛନ୍ତି ।
ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨ଲକ୍ଷ ୮୮ହଜାର ୩୧୧ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ଦିଆଯାଇଛି । ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଗଞ୍ଜାମ ଓ ସମ୍ବଲପୁରରୁ ୨ଜଣ ଲେଖାଏ ଥିବାବେଳେ ବାଲେଶ୍ୱର, ଖୋର୍ଦ୍ଧା ଏବଂ କଟକରୁ ଜଣେ ଲେକାଏ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ମୋଟ କରୋନା ସୁସ୍ଥକଙ୍କ ସଂଖ୍ୟା ୧୨ଲକ୍ଷ ୭୯ହଜାରକୁ ବୃଦ୍ଧି ପାଇଛି । ବର୍ତ୍ତମାନ ସକ୍ରିୟ ମାମଲା ରହିଛି ୧୩୨ ।
Powered by Froala Editor