ଖୁସିର ଖବର, କମିବାରେ ଲାଗିଛି କରୋନା ସଂକ୍ରମଣ
ଭୁବନେଶ୍ୱର : ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ କମିବାରେ ଲାଗିଛି । ଯେଉଁ ଖବର ରାଜ୍ୟବାସୀଙ୍କ ମନରେ ଖୁସିର ଲହରୀ ଖେଳାଇ ଦେଇଛି । ଗତ ୨୪ ଘଣ୍ଟାରେ ରାଜ୍ୟରେ ୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ଏବଂ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍ ଯୋଗେ ସୂଚନା ଦିଆଯାଇଛି ।
ଏହି ସଂକ୍ରମିତଙ୍କ ମଧ୍ୟରେ କେନ୍ଦ୍ରାପଡା ଜିଲାରୁ ସର୍ବାଧିକ ୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସୂଚନାଯୋଗ୍ୟ ଯେ, ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୮ ହଜାର ୩୧୪ରେ ପହଞ୍ଚିଛି । ରାଜ୍ୟରେ ମୋଟ କରୋନା ସୁସ୍ଥକଙ୍କ ସଂଖ୍ୟା ୧୨ଲକ୍ଷ ୭୯ହଜାରକୁ ବୃଦ୍ଧି ପାଇଛି ।
Powered by Froala Editor