ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ଭୁବନେଶ୍ଵର : ରାଜଧାନୀରେ ଚାଞ୍ଚଲ୍ୟ। ଭୁବନେଶ୍ୱର ବରମୁଣ୍ଡା ତ୍ରିନାଥ ମନ୍ଦିର ନିକଟରେ ଥିବା ଏକ ଗଛରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ଯୁବକଙ୍କ ପରିଚୟ ମିଳିପାରି ନାହିଁ। ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।
ସୂଚନାନୁଯାୟୀ, ବୁଧବାର ସକାଳୁ ବରମୁଣ୍ଡା ତ୍ରିନାଥ ମନ୍ଦିର ନିକଟରେ ଥିବା ଏକ ଗଛରେ ଜଣେ ଯୁବକଙ୍କୁ ମୃତଦେହ ଝୁଲୁଥିବା ସ୍ଥାନୀୟ ଲୋକେ ଦେଖି ପୋଲିସକୁ ଖବର ଦେଇଥିଲେ। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିଛି। ତେବେ ଯୁବକଙ୍କ ପରିଚୟ ମିଳିପାରି ନାହିଁ। ଯୁବକ ଜଣଙ୍କ ଏଠାରେ ଆତ୍ମହତ୍ୟା କରିଛନ୍ତି କି ତାଙ୍କୁ କେହି ହତ୍ୟା କରିଛି ତାହାର କାରଣ ଅସ୍ପଷ୍ଟ ରହିଛି। ପୋଲିସ ଅଧିକ ତଦନ୍ତ ଆରମ୍ଭ କରିଛି।
Powered by Froala Editor