Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, September 23, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • କ୍ୟାନ୍ସର ଔଷଧ ଦାମ୍ ୨୭ ହଜାର ଟଙ୍କା

  • ବୃଦ୍ଧାଙ୍କ ଉପରେ ଝପ୍‌ଟି ପଡ଼ିଲା ମାଙ୍କଡ଼, ...

  • ସିୟା କେତନଙ୍କୁ ଧକ୍କା, ଚେତନ ଗୋଇଠା ...

  • ସୁନା ଖଣିରେ ସୁଡ଼ଙ୍ଗ ଧସି ୧୧ ଜଣଙ୍କ ...

  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ...

  • ୨୩ରୁ ଆମେରିକା ଗସ୍ତରେ ଯିବେ ଚୀନ ...

  • ବଳାତ୍କାରର ଦାଏର ମାମଲାରେ ଏହି ରାଜ୍ୟ ...

  • ପାଠ୍ୟ ପୁସ୍ତକରେ ତ୍ରୁଟି ପାଇଁ ...

  • ଅକ୍ଟୋବର ପହିଲାରୁ ଏଲ୍‌ପିଜି ସିଲିଣ୍ଡର ...

  • ଭିଭିଆଇପିଙ୍କୁ ଏସ୍‌ଆଇଆର ନୋଟିସ

ରାଜ୍ୟ
Home ›› ରାଜ୍ୟ ››ତାରାତାରିଣୀଙ୍କ ପୀଠରେ ଏହା କହିଲେ ମୁଖ୍ୟମନ୍ତ୍ରୀ

ତାରାତାରିଣୀଙ୍କ ପୀଠରେ ଏହା କହିଲେ ମୁଖ୍ୟମନ୍ତ୍ରୀ

2022-05-18 08:01:26
13578
Share:
Facebook
Twitter
E-Mail
WhatsApp
Telegram
ତାରାତାରିଣୀଙ୍କ ପୀଠରେ ଏହା କହିଲେ ମୁଖ୍ୟମନ୍ତ୍ରୀ

ଗଞ୍ଜାମ : ଗଞ୍ଜାମ ଜିଲ୍ଲା ଆଜି ଉସôବ ମୁଖରିତ  । ଜିଲ୍ଲାର ସବୁ ରାସ୍ତା ଆଜି ଯାଇ ପହଞ୍ଚିଛି ମା ତାରାତାରିଣୀଙ୍କ ପୀଠରେ  । ଲୋକଙ୍କ ସୁଅ ଛୁଟିଛି ରନôଗିରି ପାହାଡକୁ, ମାଙ୍କ ଆସ୍ଥାନକୁ  । ଗଞ୍ଜାମର ଆରାଧ୍ୟ ଦେବୀ  ମା ତାରାତାରିଣୀଙ୍କ ପୀଠର ଆଜି ହୋଇଛି କାୟାକଳ୍ପ । କଳିଙ୍ଗ ସ୍ଥାପତ୍ୟ ଶୈଳୀରେ ନବନିର୍ମିତ ମନୋରମ ମନ୍ଦିରର ଆଜି ହୋଇଛି ପ୍ରତିଷ୍ଠା ଉସôବ । ପବିତ୍ର ମନ୍ତ୍ରଧ୍ୱନୀର ଉଚ୍ଚାରଣ ତଥା ମଙ୍ଗଳ ବାଦ୍ୟର ନିନାଦରେ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି ହୋଇଛି  ।

 

ଗତ ୫ ଦିନ ଧରି ଚାଲିଥିବା ପ୍ରତିଷ୍ଠା ଉସôବର ଆଜି ସଂପନ୍ନ ହୋଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ପୁରୋଧା ଭାବରେ ଯୋଗ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଅବସରରେ ଆଜିର ଦିନଟିକୁ ଏକ ପବିତ୍ର ଦିନ ଭାବରେ ବର୍ଣ୍ଣନା କରି ମୁଖ୍ୟମନ୍ତ୍ରୀ ସାରା ଓଡିଶା, ବିଶେଷକରି ଗଞ୍ଜାମବାସୀଙ୍କର ମଙ୍ଗଳ କାମନା କରି ମାଙ୍କ ଆଶୀର୍ବାଦ ଭିକ୍ଷା କରିଛନ୍ତି  । 

ମୁଖ୍ୟମନ୍ତ୍ରୀ ପ୍ରଥମେ ମାଙ୍କର ଦର୍ଶନ କରି ପୂଜାର୍ଚ୍ଚନା କରିବା ସହିତ ପ୍ରତିଷ୍ଠା କାର୍ଯ୍ୟରେ ଯୋଗ ଦେଇଥିଲେ  । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡିଶା ଦେବଭୂମି । ଓଡିଶାରେ ଶକ୍ତି ପୂଜାର ପରମ୍ପରା ବହୁ ପ୍ରାଚୀନ  । ଓଡିଶାର ଗାଁ ଗାଁରେ ମାଙ୍କର ପୂଜା ଅନାଦି କାଳରୁ ଚାଲିଆସିଛି  । ମା ତାରାତାରିଣୀ ହେଉଛନ୍ତି ଗଞ୍ଜାମର ଇଷ୍ଟ ଦେବୀ  । ଗଞ୍ଜାମବାସୀଙ୍କ ସୁଖଦୁଃଖ ରେ ଆମେ ମାଙ୍କ ଶରଣ ନେଇଥାଉ ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିବା ସହ ମାଙ୍କ ଆଶୀର୍ବାଦ ଓ ମାଙ୍କ ଇଚ୍ଛାରେ ହିଁ ତାଙ୍କ ମନ୍ଦିର ଆଜି ଏହି ଭବ୍ୟ ରୂପ ଗ୍ରହଣ କରିଛି । ଏହି କାର୍ଯ୍ୟରେ ସହଯୋଗ ପାଇଁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଧନ୍ୟବାଦ ଜଣାଇଥିଲେ ।

 

ମା ତାରାତାରିଣୀଙ୍କ ମନ୍ଦିରର ନୂଆ ରୂପକୁ ଓଡିଶାର କଳା ସ୍ଥାପତ୍ୟ ଓ ଭାସ୍କର୍ଯ୍ୟର ଅନୁପମ ନିଦର୍ଶନ ଭାବରେ ବର୍ଣ୍ଣନା କରି ମୁଖ୍ୟମନ୍ତ୍ରୀ ଏହି କାର୍ଯ୍ୟରେ ନିୟୋଜିତ ଶିଳ୍ପୀ ଓ କାରିଗର ମାନଙ୍କୁ ବିଶେଷ ଅଭିନନ୍ଦନ ଜଣାଇଥିଲେ  । ମୁଖ୍ୟମନ୍ତ୍ରୀ କହିଥିଲେ  ଯେ ମୁଁ ଯେବେ ବି ମାଙ୍କ ଦର୍ଶନ ପାଇଁ ପୀଠକୁ ଆସିଛି, ସେତେବେଳେ ମୋତେ ବହୁତ ଭଲ ଲାଗିଛି ।  

 

ମନ୍ଦିରର ଏହି ନୂଆ ରୂପ ଓ ବିକଶିତ ପରିବେଶ ଅଧିକ ଭକ୍ତ ଓ ପର୍ଯ୍ୟଟକ ମାନଙ୍କୁ ଆକୃଷ୍ଟ କରିବାରେ ସହାୟକ ହେବ ବୋଲି ମତ ଦେଇ ସେମାନଙ୍କ ନିମନ୍ତେ କରାଯାଇଥିବା ବିଭିନ୍ନ ସୁବିଧା ସୁଯୋଗର ଉଚ୍ଚ ପ୍ରଶଂସା କରିଥିଲେ  । ଶେଷରେ ଶାନ୍ତି ଓ ସହଯୋଗ ଭିତ୍ତିରେ ଗଞ୍ଜାମର ବିକାଶ ପାଇଁ ସମସ୍ତେ ମିଳିମିଶି କାମ କରିବାକୁ ମୁଖ୍ୟମନ୍ତ୍ରୀ ଆହ୍ୱାନ ଜଣାଇଥିଲେ ।

 

ଭକ୍ତ ଓ ପର୍ଯ୍ୟଟକ ଙ୍କ ପାଇଁ ବିକଶିତ  ବିଭିନ୍ନ ସୁବିଧା  ସୁଯୋଗ ର  ମୁଖ୍ୟମନ୍ତ୍ରୀ ଲୋକାର୍ପିତ  କରିଥିଲେ  ଏବଂ ଋଷିକୂଲ୍ୟା ନଦୀ  ତଟ  ଉନ୍ନତି କରଣ  କାର୍ଯ୍ୟ ର ଭିତ୍ତି ମଧ୍ୟ ରଖିଥିଲେ । 

 

ପ୍ରତିଷ୍ଠା ଉସôବ ରେ ପୁରୀ ଶ୍ରୀ ଜଗନ୍ନାଥ ମନ୍ଦିର, ଭୁବନେଶ୍ୱର ର ଶ୍ରୀ ଲିଙ୍ଗରାଜ ମନ୍ଦିର, ମା ସମଲେଶ୍ୱରୀ ମନ୍ଦିର, କେନ୍ଦ୍ରାପଡ଼ା ଶ୍ରୀ ବଳଦେବ ଜୀଉ ମନ୍ଦିର ସମତେ  ରାଜ୍ୟର ବିଭିନ୍ନ ମନ୍ଦିର ର ସେବାୟତ  ମାନେ ମଧ୍ୟ  ଯୋଗ ଦେଇଥିଲେ ।

 

ଏହି ଭବ୍ୟ  ମନ୍ଦିର ନିର୍ମାଣରେ ବିଶିଷ୍ଟ ସ୍ଥପତି  ପଦ୍ମବିଭୂଷଣ  ସ୍ୱର୍ଗତ ରଘୁନାଥ ମହାପାତ୍ରଙ୍କର ବିଶେଷ ଅବଦାନ  ରହିଥିଲା । ପ୍ରତିଷ୍ଠା ଉସôବ ଅବସରରେ ମୁଖ୍ୟମନ୍ତ୍ରୀ  ଶ୍ରୀ ପଟନାୟକ ସ୍ୱର୍ଗତ ରଘୁନାଥ ମହାପାତ୍ର ଙ୍କ ନାତି ସ୍ମିତେଶ ମହାପାତ୍ରଙ୍କୁ ସମ୍ବର୍ଦ୍ଧିତ କରିଥିଲେ । ଅନ୍ୟତମ ସ୍ଥପତି  ନାରାୟଣ ତ୍ରିପାଠୀ ଙ୍କୁ ମଧ୍ୟ ସମ୍ବର୍ଦ୍ଧିତ କରାଯାଇଥିଲା.

 

ସୂଚନାଯୋଗ୍ୟ ଯେ ବ୍ରହ୍ମପୁର ଠାରୁ ୩୦ କିଲୋମିଟର ଦୂରରେ ଋଶିକୂଲ୍ୟା ନଦୀ କୂଳରେ ମା ତାରାତାରିଣୀଙ୍କ ପୀଠ ଏକ ପ୍ରସିଦ୍ଧ ଶକ୍ତିସ୍ଥଳ ।  କୁମାରୀ ପାହାଡର ସର୍ବୋଚ୍ଚ ଶିଖରରେ ପୂଜା ପାଆନ୍ତି ଦୁଇ ଦେବୀ ମା ତାରା ଓ ତାରିଣୀ । ଏହି ପୀଠକୁ ଏକ ନୂଆ କଳେବର ଦେବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ପଦକ୍ଷେପ ଆଜି ସାକାର ହୋଇଛି । ମୁଖ୍ୟମନ୍ତ୍ରୀଙ୍କ ସଚିବ  (୫ଟି) ଶ୍ରୀ ଭି କେ ପାଣ୍ଡିଆନ ଗଞ୍ଜାମ ଜିଲ୍ଲାପାଳ ଥିବା ସମୟରେ ମନ୍ଦିର ରୂପାନ୍ତରର ଭୂମି  ପୂଜନ  କରାଯାଇଥିଲା ।

ପୂର୍ବରୁ ଭକ୍ତ ମାନେ ଅନେକ ପାହାଚ ଚଢି  ମା ଙ୍କ ଦର୍ଶନ  ପାଇଁ ଯାଉଥିଲେ  ଏବେ ରୋପ ୱେ ସହ  ପୀଠକୁ  ସୁନ୍ଦର ରାସ୍ତା ମଧ୍ୟ ତିଆରି ହୋଇଛି ।

 

ଏହି କାର୍ଯ୍ୟକ୍ରମରେ ଉଦବୋଧନ ଦେଇ  ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଓ ମନ୍ତ୍ରୀ ବିକ୍ରମ କେଶରୀ  ଆରୁଖ  ତାରା ତାରିଣୀ ମନ୍ଦିର ର ରୂପାନ୍ତର କୁ ୫ଟି ରୂପାନ୍ତରଣ  କାର୍ଯ୍ୟକ୍ରମ ର ପ୍ରକୁଷ୍ଟ ଉଦାହରଣ ଭାବରେ  ବର୍ଣ୍ଣନା କରିଥିଲେ । କାର୍ଯ୍ୟକ୍ରମ ରେ  ମନ୍ତ୍ରୀ ମଣ୍ଡଳ ର ସଦସ୍ୟ ବୃନ୍ଦ  ସାଂସଦ  ବିଧାୟକ ମୁଖ୍ୟ  ଶାସନ  ସଚିବ  ମୁଖ୍ୟମନ୍ତ୍ରୀଙ୍କ ସଚିବ  ଗଞ୍ଜାମ ଜିଲ୍ଲାପାଳ ଙ୍କ ସମେତ  ବହୁ  ବିଶିଷ୍ଟ ବ୍ୟକ୍ତି ଯୋଗ ଦେଇଥିଲେ ।

 

ଭକ୍ତ ମାନଙ୍କ ପାଇଁ ମନ୍ଦିର ପରିସରରେ ଏକ ମନୋଜ୍ଞ ପରିବେଶ ସୃଷ୍ଟି କରାଯାଇଛି । ପ୍ରସାଦ ସେବନ ଗୃହ, ଦୀପ ପ୍ରଜ୍ୱଳନ ସ୍ଥାନ, ବାଖ୍ୟାନ କେନ୍ଦ୍ର, ମୁଣ୍ଡନ କେନ୍ଦ୍ର,  ବିଶ୍ରାମସ୍ଥଳ, ସେଣ୍ଟା୍ରଲ ପ୍ଲାଜା ଓ ଅତ୍ୟାଧୁନିକ ଆଲୋକ ବ୍ୟବସ୍ଥା ଆଦି ନୂତନ ସୁବିଧା ସହିତ ସ୍ୱଚ୍ଛ ପାନୀୟ ଜଳ ଓ ଅନ୍ୟାନ୍ୟ ସୁବିଧାର ବ୍ୟବସ୍ଥା କରାଯାଇଛି  । ପାହାଚ ଶ୍ରେଣୀ, ରୋପ୍ ୱେ ଏବଂ ନୂତନ ସଡକ ସହିତ ଦ୍ୱାରା ପୀଠକୁ ଯିବା ପାଇଁ ୩ ପ୍ରକାରର ବ୍ୟବସ୍ଥା କରାଯାଇଛି  । ଏହାସହିତ ନଦୀ କୂଳ ସଡକକୁ ମଧ୍ୟ ନୂତନ ଭାବେ ନିର୍ମାଣ କରାଯାଇଛି ଏବଂ ଏଠାରୁ ଋଷିକୂଲ୍ୟା ନଦୀର ସୌନ୍ଦର୍ଯ୍ୟକୁ ଅନୁଭବ କରିବାର ସୁଯୋଗ ପର୍ଯ୍ୟଟକ ମାନଙ୍କ ପାଇଁ ଏକ ଅପୂର୍ବ ଆକର୍ଷଣ ସୃଷ୍ଟି କରିପାରିଛି ।  ଏ ସମସ୍ତ ବ୍ୟବସ୍ଥା ପାଇଁ ୧୧୫ କୋଟିରୁ ଅଧିକ ଟଙ୍କା ବିନିଯୋଗ କରାଯାଇଛି  ।

Powered by Froala Editor

Tags Naveen pattanaik

Related articles Odisha News Lens 4.1

  • ସୁନା ଖଣିରେ ସୁଡ଼ଙ୍ଗ ଧସି ୧୧ ଜଣଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ସୁନା ଖଣିରେ ସୁଡ଼ଙ୍ଗ ଧସି ୧୧ ଜଣଙ୍କ ମୃତ୍ୟୁ

    14804
    Sep 23, 2026
  • ପାଠ୍ୟ ପୁସ୍ତକରେ ତ୍ରୁଟି ପାଇଁ ଉତ୍ତରଦାୟୀତ୍ୱ ନେଇ ଶିକ୍ଷାମନ୍ତ୍ରୀ ଇସ୍ତଫା ଦେବା ...
    ରାଜନୀତି

    ପାଠ୍ୟ ପୁସ୍ତକରେ ତ୍ରୁଟି ପାଇଁ ଉତ୍ତରଦାୟୀତ୍ୱ ନେଇ ଶିକ୍ଷାମନ୍ତ୍ରୀ ଇସ୍ତଫା ଦେବା ...

    14939
    Sep 21, 2026
  • ୨୩ରୁ ଆମେରିକା ଗସ୍ତରେ ଯିବେ ଚୀନ ରାଷ୍ଟ୍ରପତି ସି ଜିନ୍‌ପିଙ୍ଗ
    ଦେଶ-ଦେଶାନ୍ତର

    ୨୩ରୁ ଆମେରିକା ଗସ୍ତରେ ଯିବେ ଚୀନ ରାଷ୍ଟ୍ରପତି ସି ଜିନ୍‌ପିଙ୍ଗ

    15480
    Sep 22, 2026
  • ଅକ୍ଟୋବର ପହିଲାରୁ ଏଲ୍‌ପିଜି ସିଲିଣ୍ଡର ବୁକିଂ ଜାରି ରଖିବା ପାଇଁ ଇ-କେୱାଇସି ...
    ଦେଶ-ଦେଶାନ୍ତର

    ଅକ୍ଟୋବର ପହିଲାରୁ ଏଲ୍‌ପିଜି ସିଲିଣ୍ଡର ବୁକିଂ ଜାରି ରଖିବା ପାଇଁ ଇ-କେୱାଇସି ...

    14002
    Sep 21, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା
    ବିଶେଷ

    ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15160
    Sep 23, 2026
  • ବଳାତ୍କାରର ଦାଏର ମାମଲାରେ ଏହି ରାଜ୍ୟ ଆଗରେ
    ଦେଶ-ଦେଶାନ୍ତର

    ବଳାତ୍କାରର ଦାଏର ମାମଲାରେ ଏହି ରାଜ୍ୟ ଆଗରେ

    14423
    Sep 22, 2026
  • ସିୟା କେତନଙ୍କୁ ଧକ୍କା, ଚେତନ ଗୋଇଠା ମାରିଥିଲେ
    ଦେଶ-ଦେଶାନ୍ତର

    ସିୟା କେତନଙ୍କୁ ଧକ୍କା, ଚେତନ ଗୋଇଠା ମାରିଥିଲେ

    14504
    Sep 23, 2026
  • କ୍ୟାନ୍ସର ଔଷଧ ଦାମ୍ ୨୭ ହଜାର ଟଙ୍କା
    ଦେଶ-ଦେଶାନ୍ତର

    କ୍ୟାନ୍ସର ଔଷଧ ଦାମ୍ ୨୭ ହଜାର ଟଙ୍କା

    14380
    Sep 23, 2026
  • ଭିଭିଆଇପିଙ୍କୁ ଏସ୍‌ଆଇଆର ନୋଟିସ
    ଦେଶ-ଦେଶାନ୍ତର

    ଭିଭିଆଇପିଙ୍କୁ ଏସ୍‌ଆଇଆର ନୋଟିସ

    14046
    Sep 21, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ସିୟା କେତନଙ୍କୁ ଧକ୍କା, ଚେତନ ଗୋଇଠା ମାରିଥିଲେ

    14504
    Sep 23, 2026
  • ବିଶେଷ

    ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15160
    Sep 23, 2026
  • ରାଜନୀତି

    ପାଠ୍ୟ ପୁସ୍ତକରେ ତ୍ରୁଟି ପାଇଁ ଉତ୍ତରଦାୟୀତ୍ୱ ନେଇ ଶିକ୍ଷାମନ୍ତ୍ରୀ ଇସ୍ତଫା ଦେବା ଉଚିତ୍‌ – ନବୀନ ପଟ୍ଟନାୟକ

    14939
    Sep 21, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17118
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17803
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17778
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18188
    Sep 06, 2023

ବିଶେଷ

  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15160
    Sep 23, 2026
  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଦ୍ୱାରା ହୋଇଥାଏ ଏହି ଅସୁବିଧା

    14970
    Sep 21, 2026
  • ଅଫିସ ବ୍ୟାଗ୍ ରଖନ୍ତୁ ଏହି ସ୍ଥାନରେ

    14476
    Sep 18, 2026
  • ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି

    14723
    Sep 11, 2026
  • ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ଗୁଣ, ଜାଣନ୍ତୁ କ’ଣ ?

    16353
    Sep 09, 2026

ବାଣିଜ୍ୟ

ଆଇଆଇଏ ଓଡ଼ିଶା ଚାପ୍ଟରର ନୂଆ ଏକଜିକ୍ୟୁଟିଭ କମିଟି ୨୦୨୬-୨୮ ନିମନ୍ତେ ଦାୟିତ୍ଵ ଗ୍ରହଣ କଲେ

ଭୁବନେଶ୍ୱର : ଇଣ୍ଡିଆନ ଇନଷ୍ଟିଚ୍ୟୁଟ ଅଫ ଆର୍କିଟେକ୍ଟସ୍ (ଆଇଆଇଏ), ଓଡ଼ିଶା ଚାପ୍ଟରର ୨୦୨୬-୨୮ ନିମନ୍ତେ ନବ ନିର୍ବାଚିତ ଏକଜିକ୍ୟୁଟିଭ କମିଟି (କାର୍ଯ୍ୟନିର୍ବାହୀ କମିଟି) ନିର୍ବାଚନ ଫଳ  ସେପ୍ଟେମ୍ବର ୪, ୨୦୨୬ ...

  • EPFOରେ ବଡ଼ ପରିବର୍ତ୍ତନ, ୧୫,୦୦୦ ଟଙ୍କାରୁ ୨୫,୦୦୦ ବଢ଼ିଲା ଟଙ୍କା ସୀମା

    15613
    Sep 17, 2026
  • ବେଦାନ୍ତ ଆଲୁମିନିୟମର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିର ଗ୍ରାମାଞ୍ଚଳରେ ଜଳସେଚନ ସୁବିଧାକୁ ସୁଦୃଢ଼ କରିଛି

    15374
    Sep 16, 2026
  • ୯ ଅକ୍ଟୋବରରୁ ଫ୍ଲିପକାର୍ଟର Big Billion Days Sale !

    14666
    Sep 12, 2026
  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ପିଢ଼ିର ଖଣି ପ୍ରଯୁକ୍ତିବିଦ୍ୟା ପ୍ରଦର୍ଶିତ

    14339
    Sep 09, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଭିଭିଆଇପିଙ୍କୁ ଏସ୍‌ଆଇଆର ନୋଟିସ

    14046
    Sep 21, 2026
  • ପାଠ୍ୟ ପୁସ୍ତକରେ ତ୍ରୁଟି ପାଇଁ ଉତ୍ତରଦାୟୀତ୍ୱ ନେଇ ଶିକ୍ଷାମନ୍ତ୍ରୀ ଇସ୍ତଫା ଦେବା ଉଚିତ୍‌ – ନବୀନ ପଟ୍ଟନାୟକ

    14939
    Sep 21, 2026
  • ୨୩ରୁ ଆମେରିକା ଗସ୍ତରେ ଯିବେ ଚୀନ ରାଷ୍ଟ୍ରପତି ସି ଜିନ୍‌ପିଙ୍ଗ

    15480
    Sep 22, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In