କଟକ ଚଣ୍ଡୀ ମନ୍ଦିରର ବିକାଶ ପାଇଁ ୭୦ କୋଟି ଟଙ୍କା ଅନୁମୋଦନ
କଟକ ଚଣ୍ଡୀ ମନ୍ଦିରର ବିକାଶ ପାଇଁ ଖର୍ଚ୍ଚ ୭୦ କୋଟି ଟଙ୍କା ଅନୁମୋଦନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଭକ୍ତମାନଙ୍କ ପାଇଁ ବିଭନ୍ନ ସୁବିଧା ସୁଯୋଗ ସହିତ ଏକ ସୁନ୍ଦର ଅଧ୍ୟାତ୍ମିକ ପରିବେଶ ସୃଷ୍ଟି କରାଯିବ। ଏହି ବିକାଶ କାମ ଏକ ବର୍ଷରେ ଶେଷ ହେବ। ୫-ଟି ଉପକ୍ରମ ଅଧୀନରେ ଏହି କାର୍ଯ୍ୟ କରାଯିବ।କଟକ ସହରର ସାମଗ୍ରିକ ବିକାଶରେ ଚଣ୍ଡୀ ମନ୍ଦିରର କୟାକଳ୍ପ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ ବୋଲି ବର୍ଣ୍ଣନା କରି ମୁଖ୍ୟମନ୍ତ୍ରୀ ଏ ଦିଗରେ କଟକବାସୀଙ୍କ ସକ୍ରିୟ ସହଯୋଗ କାମନା କରିଛନ୍ତି।
ଏହି ଯୋଜନା ଅନୁଯାୟୀ ମନ୍ଦିର ପରିସରକୁ ଅଧିକ ଆକର୍ଷଣୀୟ କରାଯିବ । ମନ୍ଦିର ଚତୁଃପାର୍ଶ୍ବରେ ପଥର ପାଚେରୀ ନିର୍ମାଣ ସହିତ ଚାରି ଦିଗରେ ଚାରି ଗୋଟି ଦ୍ବାର ନିର୍ମାଣ କରାଯିବ । ଏହାସହିତ ମନ୍ଦିର ପରିସରରେ ନୂଆ ଜଗମୋହନ, ଯଜ୍ଞ ମଣ୍ଡପ, ଚଣ୍ଡୀପାଠ ମଣ୍ଡପ, ମୁଣ୍ଡନ ମଣ୍ଡପ, ହନୁମାନ ମନ୍ଦିର ଏବଂ ନୂଆ ରୋଷଘର ମଧ୍ୟ ନିର୍ମାଣ କରାଯିବ। ମନ୍ଦିର ପରିସରରେ ଖଣ୍ଡାଲାଇଟସ୍ ପଥର ବିଛାଯିବା ସହିତ ଆଲୋକୀକରଣ କରାଯିବ ଏବଂ CCTV ମଧ୍ୟ ଲଗାଯିବ। ବାଟମଙ୍ଗଳା ମନ୍ଦିର ମଧ୍ୟ ପୁନଃ ନିର୍ମାଣ କରାଯିବ।
ପୋଲିସ କଣ୍ଟ୍ରୋଲ ରୁମ୍, cloak room, ପ୍ରସାଦ ସେବନ ବ୍ୟବସ୍ଥା, ବିଶୁଦ୍ଧ ପାନୀୟ ଜଳ, ବ୍ୟାଖାନ କେନ୍ଦ୍ର ଆଦି ବ୍ୟବସ୍ଥା ଉପରେ ଗୁରୁତ୍ବ ଦିଆଯିବ । ଏହାସହିତ ଯାତ୍ରୀମାନଙ୍କ ରହିବା ପାଇଁ ଯାତ୍ରୀ ନିବାସ। ବିସ୍ଥାପିତ ଦୋକାନୀ ମାନଙ୍କ ପାଇଁ ୧୮ଟି ଦୋକାନ, ମନ୍ଦିର ପରିସରରେ ସେବାୟତ ମାନଙ୍କ ପାଇଁ ବିଶ୍ରାମ ଗୃହ, ଅଫିସ ଗୃହ ଆଦି ନିର୍ମାଣ କରାଯିବ। ପାର୍କିଂ ସହିତ ଖୋଲାସ୍ଥାନ ଓ landscaping ମଧ୍ୟ ବିକାଶ କରାଯିବ।
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ନିକଟରେ ମୁଖ୍ୟମନ୍ତ୍ରୀଙ୍କ ସଚିବ(୫-ଟି) ଭି.କେ. ପାଣ୍ଡିଆନ ମା’ଙ୍କ ପୀଠକୁ ଯାଇ ବିକାଶ ସଂପର୍କରେ ସ୍ଥାନୀୟ ଜନସାଧାରଣ ଓ ସେବାୟତ ମାନଙ୍କ ସହିତ ଆଲୋଚନା କରିଥିଲେ । ଆଜିର କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବଙ୍କ ସମତେ ବରିଷ୍ଠ ଅଧିକାରୀଗଣ ଓ କଟକ ଜିଲ୍ଲା ପ୍ରଶାସନର ଅଧିକାରୀ ମାନେ ଉପସ୍ଥିତ ଥିଲେ।
Powered by Froala Editor