ଆଜି ରାଜ୍ୟରେ ୭କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଧୀରେଧୀରେ ଭାଙ୍ଗୁଛି କରୋନାର କାୟା । ଗତକାଲି ରାଜ୍ୟରେ ୧୫ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୨୪ଘଣ୍ଟାରେ ରାଜ୍ୟରେ ୭ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୪ଜଣ ରହିଥିବାବେଳେ ୩ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।
ସୂଚନା ଓ ଲୋକ ସମ୍ପର୍କ ବିଭାଗର ରିପୋର୍ଟ ଅନୁସାରେ ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କଳାହାଣ୍ଡିରୁ ୧, ଖୋର୍ଦ୍ଧାରୁ ୩, ସମ୍ବଲପୁରରୁ ୨ ଓ ରାଜ୍ୟପୁଲରୁ ଜଣେ ରହିଛନ୍ତି ।
ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨ଲକ୍ଷ ୮୮ହଜାର ୩୭୯କୁ ବୃଦ୍ଧି ପାଇଛି । ଆଜି ୨୨ଜଣ କରୋନାକୁ ମାତ୍ ଦେଇଛନ୍ତି । ଏହାକୁ ରାଜ୍ୟରେ ମୋଟ କରୋନା ସୁସ୍ଥକଙ୍କ ସଂଖ୍ୟା ୧୨ଲକ୍ଷ ୭୯ହଜାର ୧୦୫ରେ ପହଞ୍ଚିଛି ଓ ବର୍ତ୍ତମାନ ସକ୍ରିୟ ମାମଲା ୯୫ ରହିଛି ।
Powered by Froala Editor