ଆଜି ମହାପ୍ରଭୁଙ୍କ ବନକଲାଗି ନୀତି
ପୁରୀ : ଆଜି ଜ୍ୟେଷ୍ଠ କୃଷ୍ଣ ଦଶମୀ ତିଥି ଅବସରରେ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ବନକଲାଗି ନୀତି। ହିଙ୍ଗୁଳ, ହରିତାଳ, ଶଙ୍ଖ, କେଶର, କର୍ପୂର, କଇଁଥ ଅଠା, କସ୍ତୁରୀ ଓ କଳା ଇତ୍ୟାଦି ବ୍ୟବହାର କରାଯାଇ ଶ୍ରୀବିଗ୍ରହଙ୍କ ଶ୍ରୀଅଙ୍ଗ ଶୃଙ୍ଗାର କରାଯିବ। ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଅପରାହ୍ନରେ ୪ ଘଣ୍ଟା ପାଇଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।
ଏହି ସ୍ୱତନ୍ତ୍ର ନୀତି ପାଇଁ ଅପରାହ୍ନ ୪ଟାରୁ ରାତି ୮ଟା ପର୍ୟ୍ୟନ୍ତ ମହାପ୍ରଭୁଙ୍କ ସାଧାରଣ ଦର୍ଶନ ବନ୍ଦ ରହିବ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଦ୍ଵିତୀୟ ଭୋଗମଣ୍ଡପ ନୀତି ସରିବା ପରେ ଦତ୍ତମହାପାତ୍ର ସେବକମାନେ ଶ୍ରୀବିଗ୍ରହଙ୍କ ଏହି ଗୁପ୍ତ ସେବା କରିବେ।
Powered by Froala Editor