ଦେଶରେ ଦିନକରେ ୨୬୨୮ ସଂକ୍ରମିତ ଚିହ୍ନଟ, ୧୮ ମୃତ
ନୂଆଦିଲ୍ଲୀ: ଦେଶରେ ତଳ ଉପର ହେଉଛି ମହାମାରୀ । ଦିନେ ସଂକ୍ରମଣ କମିଲେ ଆଉ ଦିନେ ବଢୁଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨,୬୨୮ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସଂକ୍ରମଣ ବୃଦ୍ଧି ହୋଇଥିଲେ ମଧ୍ୟ କୋରୋନା ଜନିତ ମୃତ୍ୟୁସଂଖ୍ୟା ମଧ୍ୟ ପୂର୍ବ ଦିନ ଅପେକ୍ଷା ଅଧିକ ରହିଛି । ଦିନକରେ ୧୮ ଜଣଙ୍କ ମୃତ୍ୟୁ ହୋଇଛି । ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି ।ମନ୍ତ୍ରଣାଳୟ ଅନୁଯାୟୀ, ଭାରତରେ ସକ୍ରିୟ ମାମଲା ଏବେ ୧୫ ହଜାର ଉପରେ ରହିଛି । ଆଜିର ନୂତନ ସଂକ୍ରମଣକୁ ମିଶାଇ ମୋଟ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୧୫,୪୧୪ ରହିଛି । ଦେଶରେ ଏଯାବତ ୪୨,୬୦,୪୮,୮୧ ସଂକ୍ରମଣରୁ ଆରୋଗ୍ୟ ଲାଭ କରିଛନ୍ତି । ଏବଂ ୫,୨୪,୫୨୫ ଜଣଙ୍କ ମୃତ୍ୟୁ ଘଟିଛି । ଦେଶବ୍ୟାପୀ ସମୁଦାୟ ୧,୯୨,୮୨,୦୩,୫୫୫ କୋଟିରୁ ଅଧିକ ଡୋଜ୍ ଟୀକାକରଣ କରାଯାଇଛି ।
Powered by Froala Editor