ପ୍ରଦୀପ୍ତ ନାୟକଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର

ଭୁବନେଶ୍ୱର: କରୋନାରେ ଆକ୍ରାନ୍ତ ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ରହିଛି । ଏନେଇ ଭୁବନେଶ୍ୱର ଏମସ ନିଦେ୍ର୍ଧଶିକା ବି. ଗୀତାଞ୍ଜଳି ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ, ୪ଜଣିଆ ଡାକ୍ତରୀ ଟିମ ପ୍ରଦୀପ୍ତଙ୍କ ସ୍ୱାସ୍ଥ୍ୟାବସ୍ଥା ତଦାରଖ କରୁଛନ୍ତି । ଏମସର ୨ ଜଣ ଓ ରାଜ୍ୟ ସରକାରଙ୍କ ୨ ଜଣ ଡାକ୍ତର ତଦାରଖ କରୁଛନ୍ତି । ବର୍ତ୍ତମାନ ପ୍ରଦୀପ୍ତ ନାଏକ ଆଇସିୟୁରେ ଭେଣ୍ଟିଲେଟରରେ ଅଛନ୍ତି । ଆବଶ୍ୟକ ହେଲେ ତାଙ୍କୁ ଭଲ ହସ୍ପିଟାଲକୁ ସ୍ଥାନାନ୍ତର କରାଯିବ । କିନ୍ତୁ ବର୍ତ୍ତମାନ ସେଭଳି ସ୍ଥିତି ଆସିନଥିବା ଏମସ ନିଦେ୍ର୍ଧଶିକା ବି. ଗୀତାଞ୍ଜଳି ସୂଚନା ଦେଇଛନ୍ତି ।
ପ୍ରକାଶ ଯେ, ଗତକାଲି ପ୍ରଧାନମନ୍ତ୍ରୀ ମୋଦୀ ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଥିଲେ । ପ୍ରଦୀପ୍ତଙ୍କ ପତ୍ନୀ କମଳା ନାୟକଙ୍କ ସହ ଫୋନରେ କଥା ହୋଇ ପ୍ରଧାନମନ୍ତ୍ରୀ ପ୍ରଦୀପ୍ତଙ୍କ ସ୍ୱାସ୍ଥ୍ୟାବସ୍ଥା କଥା ବୁଝିଥିଲେ ।
କୋଭିଡ ଆକ୍ରାନ୍ତ ହୋଇ ଭରବଙ୍କନଶ୍ୱର ଏମ୍ସରେ ଚିକିତ୍ସିତ ହେଉଛନ୍ତି ପ୍ରଦୀପ୍ତ ।
ଦିଲ୍ଲୀ ଏମ୍ସ ନିର୍ଦ୍ଦେଶକ ଓ ଭୁବନେଶ୍ୱର ଏମ୍ସ ଡକ୍ତରୀ ଟିମ ସହ ମଧ୍ୟ ମୋଦୀ କଥା ହୋଇଥିଲେ । ଏହାସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ପ୍ରଦୀପ୍ତଙ୍କ ସ୍ୱାସ୍ଥ୍ୟାବସ୍ଥା କଥା ବୁଝିଥିଲେ ।
Powered by Froala Editor