ଦେଶରେ ଦିନକରେ ୨୭୦୬ ସଂକ୍ରମିତ ଚିହ୍ନଟ, ୨୫ ମୃତ
ନୂଆଦିଲ୍ଲୀ: ଦେଶରେ ଉପର ମୁହାଁ ସଂକ୍ରମଣ । ପ୍ରତିଦିନ ପୂର୍ବଦିନ ଅପେକ୍ଷା ସଂକ୍ରମିତଙ୍କ ସଂଖ୍ୟା କମ ରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨,୭୦୬ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସଂକ୍ରମଣ କମ ରହିଥିଲେ ମଧ୍ୟ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇଛି । ଦିନକରେ ୨୫ ଜଣଙ୍କ ମୃତ୍ୟୁ ହୋଇଛି । ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି ।
ମନ୍ତ୍ରଣାଳୟ ଅନୁଯାୟୀ, ଭାରତରେ ସକ୍ରିୟ ମାମଲା ଏବେ ୧୭ ହଜାର ଉପରେ ରହିଛି । ଆଜିର ନୂତନ ସଂକ୍ରମଣକୁ ମିଶାଇ ମୋଟ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୧୭,୬୯୮ ରହିଛି । ଏହି କ୍ରମରେ ବର୍ତ୍ତମାନ ଦୈନିକ ପଜିଟିଭ ହାର ୦.୬୦% ରହିଛି । ଦେଶରେ ଏଯାବତ ୪୨,୬୧,୩୪,୪୦ ସଂକ୍ରମଣରୁ ଆରୋଗ୍ୟ ଲାଭ କରିଛନ୍ତି । ଏବଂ ୫,୨୪,୬୧୧ ଜଣଙ୍କ ମୃତ୍ୟୁ ଘଟିଛି । ଦେଶବ୍ୟାପୀ ସମୁଦାୟ ୧,୯୩,୩୧,୫୭, ୩୫୨ କୋଟିରୁ ଅଧିକ ଡୋଜ୍ ଟୀକାକରଣ କରାଯାଇଛି ।
Powered by Froala Editor