ରାଜରେ ୧୧ କୋଭିଡ ପଜିଟିଭ ଚିହ୍ନଟ
ଭୁବନେଶ୍ଵର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୭ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୪ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୪୬୫ ଜଣକୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
୩ ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୬ ଜଣ, କଟକରୁ ୨ ଜଣ, ବଲାଙ୍ଗୀରରୁ ଜଣେ ଏବଂ ଷ୍ଟେଟ୍ ପୁଲ୍ରୁ ୨ ଜଣ ଆକ୍ରାନ୍ତ ରହିଛନ୍ତି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୮୪୬୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୮୧ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୭୨୨୦୫ଜଣ ସୁସ୍ଥ ହୋଇଛନ୍ତି ।
Powered by Froala Editor