Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, November 26, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ତାମିଲନାଡୁ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ...

  • ହ୍ୱାଟସଆପରେ ଆରମ୍ଭ ହେଲା ମେସେଜ୍ ...

  • ଅମିତାଭ ବଚ୍ଚନଙ୍କ ବଙ୍ଗଳା, ଜଲସାକୁ ଉଡ଼ାଇ ...

  • ଏହିସବୁ କାମ କଲେ ଘରେ ହୋଇଥାଏ ଅଶାନ୍ତି

  • ଇଣ୍ଟରନ୍ୟାସ୍‌ନାଲ ପର୍‌ଫରମିଂ ...

  • ଗୋଆର ୫୭ ତମ ଆଇଏଫ୍ଏଫ୍ଆଇରେ ଆକର୍ଷଣର ...

  • ସୁନା କେତେ ଶସ୍ତା ହୋଇଛି ଜାଣନ୍ତୁ

  • ଆଜି ବାହୁବଳୀ ବିଧାୟକଙ୍କ ଝିଅ ଶିବାଙ୍ଗୀ ...

  • ଆସନ୍ତା ବର୍ଷ ହେବାକୁ ଥିବା ଉତ୍ତରପ୍ରଦେଶ ...

  • ଭିଏଏମଏଲ କୋଇଲା ଖଣି ପ୍ରକଳ୍ପ ଆରୋଗ୍ୟମ୍ ...

ରାଜ୍ୟ
Home ›› ରାଜ୍ୟ ››ଗରିବ ଲୋକ, ମହିଳା ତଥା ଦୁର୍ବଳ ଶ୍ରେଣୀର ଲୋକଙ୍କୁ ସୁରକ୍ଷା ଦିଅନ୍ତୁ- ମୁଖ୍ୟମନ୍ତ୍ରୀ

ଗରିବ ଲୋକ, ମହିଳା ତଥା ଦୁର୍ବଳ ଶ୍ରେଣୀର ଲୋକଙ୍କୁ ସୁରକ୍ଷା ଦିଅନ୍ତୁ- ମୁଖ୍ୟମନ୍ତ୍ରୀ

2022-06-02 11:31:05
14455
Share:
Facebook
Twitter
E-Mail
WhatsApp
Telegram
ଗରିବ ଲୋକ, ମହିଳା ତଥା ଦୁର୍ବଳ ଶ୍ରେଣୀର ଲୋକଙ୍କୁ ସୁରକ୍ଷା ଦିଅନ୍ତୁ- ମୁଖ୍ୟମନ୍ତ୍ରୀ


ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ନବନିର୍ବାଚିତ ପଂଚାୟତ ପ୍ରତିନିଧି ମାନଙ୍କ ଦିଗ୍ବିନ୍ୟାସ କାର୍ଯ୍ୟକ୍ରମରେ ଯୋଗ ଦେଇ ଗାଁର ସମସ୍ୟାକୁ ନିଜ ସମସ୍ୟା ଭାବେ ଗ୍ରହଣ କରି ଏହାର ସମାଧାନ ପାଇଁ ନିଷ୍ଠାପର ଉଦ୍ୟମ କରିବାକୁ ପରାମର୍ଶ ଦେଇଛନ୍ତି  । ନବନିର୍ବାଚିତ ପଂଚାୟତ ପ୍ରତିନିଧି ମାନଙ୍କୁ ଶୁଭେଚ୍ଛା ଜଣାଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏଥର ମହିଳାମାନେ ବହୁ ସଂଖ୍ୟାରେ ଜିତି ପଂଚାୟତର ମଙ୍ଗ ଧରିଛନ୍ତି । ଏହାଦ୍ୱାରା ବିଜୁ ବାବୁଙ୍କ ମହିଳା ସଶକ୍ତିକରଣର ସ୍ୱପ୍ନ ସାକାର ହୋଇଛି ବୋଲି ସେ ମତ ଦେଇଥିଲେ  ।

 

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆମର ଶାସନ ବ୍ୟବସ୍ଥା ଓ ବିକାଶ ଯୋଜନାରେ ପଂଚାୟତର ଗୁରୁତ୍ୱ ବିଷୟରେ ଆପଣମାନେ ଭଲ ଭାବରେ ଜାଣନ୍ତି  । ପଂଚାୟତ ହେଉଛି ସେବାର କେନ୍ଦ୍ର  । ସାଧାରଣ ଲୋକ ଯେପରି ସରକାରୀ ସେବାରୁ ବଂଚିତ ନ ହୁଏ, ସରକାରୀ ସେବା ପାଇବାରେ ହଇରାଣ ନ ହୁଏ, ସେଥିପ୍ରତି ଧ୍ୟାନ ଦେବାକୁ ସେ ପରାମର୍ଶ ଦେଇଥିଲେ  । ଗରିବ ଲୋକ, ମହିଳା ତଥା ଦୁର୍ବଳ ଶ୍ରେଣୀର ଲୋକ ଓ  ସେମାନଙ୍କ ଅଧିକାରକୁ ସୁରକ୍ଷା ଦିଅନ୍ତୁ ବୋଲି କହି ଲୋକଙ୍କ ସୁଖଦୁଃଖରେ ସାମିଲ ହେବାକୁ ପରାମର୍ଶ ଦେଇଥିଲେ  ।

 

୫-ଟି ବିଷୟରେ ଆଲୋକପାତ କରି ସେ କହିଲେ ଯେ ୫-ଟି ହେଉଛି ଟେକ୍ନୋଲୋଜି, ଟିମ୍ୱାର୍କ, ଟାଇମ, ଟ୍ରାନ୍ସପାରେନ୍ସି ବା ସ୍ୱଚ୍ଛତା ଓ ରୂପାନ୍ତର ।  ୫-ଟି ମନ୍ତ୍ରକୁ ଗାଁର ବିକାଶରେ ଉପଯୋଗ କରନ୍ତୁ ବୋଲି ପରାମର୍ଶ ଦେଇ ସେ କହିଥିଲେ ଯେ ଏହାଦ୍ୱାରା ଆପଣଙ୍କ ଗାଁ, ଆପଣଙ୍କ ପଂଚାୟତର ପରିବର୍ତ୍ତନ, ଅନ୍ୟ ମାନଙ୍କ ପାଇଁ ଆଦର୍ଶ ହୋଇପାରିବ  । ଜନସାଧାରଣ ଆମ ଉପରେ ଆସ୍ଥା ରଖିଛନ୍ତି, ଭରସା ରଖିଛନ୍ତି ବୋଲି ମତବ୍ୟକ୍ତ କରି ଲୋକଙ୍କୁ କେବେ ନିରାଶ ହେବାକୁ ଦେବା ନାହିଁ  । ସେମାନଙ୍କ ଆସ୍ଥା ଓ ଭରସାକୁ ପବିତ୍ର ଦାୟିତ୍ୱ ଭାବି ସେବା କଲେ ଲୋକଙ୍କ ହୃଦୟରେ ସବୁ ଦିନ ପାଇଁ ରହିଯିବେ ବୋଲି ସେ କହିଥିଲେ । ନିଜ କାମ ଦ୍ୱାରା ନିଜ ନିଜ ଅଂଚଳରେ ବିକାଶର ଦୂତ ଭାବରେ ନିଜର ପରିଚୟ ସୃଷ୍ଟି କରିବା ପାଇଁ ପରାମର୍ଶ ଦେଇଥିଲେ ।

 

କାର୍ଯ୍ୟକ୍ରମରେ ପଂଚାୟତିରାଜ ଓ ପାନୀୟ ଜଳ ମନ୍ତ୍ରୀ  ପ୍ରତାପ ଜେନା ଯୋଗ ଦେଇ ରାଜ୍ୟର ବିକାଶରେ ପଂଚାୟତରାଜ ଅନୁଷ୍ଠାନ ଗୁଡିକର ଭୂମିକା ସଂପର୍କରେ ଆଲୋକପାତ କରି ବିଭାଗ ପକ୍ଷରୁ ନିଆଯାଉଥିବା ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟକ୍ରମ ସଂପର୍କରେ ଆଲୋକପାତ କରିଥିଲେ ।

 

ଖାଦ୍ୟ ଯୋଗାଣ ଓ ଖାଉଟୀ କଲ୍ୟାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ କହିଥିଲେ ଯେ ବର୍ତ୍ତମାନ ଜିପିଏସ୍ ଟେକ୍ନୋଲୋଜି ଜରିଆରେ ପଂଚାୟତର ସବୁ ଭିତ୍ତିଭୂମିକୁ ମ୍ୟାପିଂ କରାଯାଇଛି  । ଏହାଦ୍ୱାରା ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ସମାଧାନ ତୁରନ୍ତ ହୋଇପାରିବ । ପଂଚାୟତଗୁଡିକ ସରକାରଙ୍କ ଅଭିଯୋଗ ଶୁଣାଣୀ ବ୍ୟବସ୍ଥାର ପ୍ରଥମ ସୋପାନ ବୋଲି ମତବ୍ୟକ୍ତ କରି ଲୋକଙ୍କ ଅଭିଯୋଗ ଗୁଡିକୁ ପଂଚାୟତ ସ୍ତରରେ ସମାଧାନ କରିବାକୁ ପରାମର୍ଶ ଦେଇଥିଲେ ।

 

କୃଷି ଓ କୃଷକ ସଶକ୍ତକରଣ ମନ୍ତ୍ରୀ ଅରୁଣ ସାହୁ କହିଲେ ଯେ ମୁଖ୍ୟମନ୍ତ୍ରୀ ରାଜ୍ୟର ମହିଳା ଓ ଯୁବଶକ୍ତିକୁ ଆଗକୁ ଆଣି ପଂଚାୟତଗୁଡିକୁ ସଶକ୍ତ କରିବା ପାଇଁ ପଦକ୍ଷେପ ନେଇଛନ୍ତି । ସମସ୍ତେ ୫-ଟି ମନ୍ତ୍ରକୁ ଉପଯୋଗ କରି କାମ କଲେ, ରାଜ୍ୟରେ ରୂପାନ୍ତର ଆସିପାରିବ ବୋଲି ସେ କହିଥିଲେ  ।

 

ମିଶନ ଶକ୍ତି ମନ୍ତ୍ରୀ ଟୁକୁନୀ ସାହୁ କହିଲେ ଯେ ମୁଖ୍ୟମନ୍ତ୍ରୀ ସମାଜସେବା କରିବା ପାଇଁ ମହିଳା ମାନଙ୍କୁ ସୁଯୋଗ ଦେଇଛନ୍ତି । ଓଡିଶାରେ ମହିଳାମାନେ ସଶକ୍ତ ହୋଇପାରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ଆଦର୍ଶକୁ ନେଇ କାମ କରିବା ପାଇଁ ସେ ପରାମର୍ଶ ଦେଇଥିଲେ । କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ସ୍ୱାଗତ ଭାଷଣ ଦେଇ କହିଲେ ଯେ ପଂଚାୟତ ଅନୁଷ୍ଠାନ ଗୁଡିକୁ ଆର୍ଥିକ ଦୃଷ୍ଟିରୁ ସଶକ୍ତ କରାଯାଇଛି । ବିକାଶ ପାଇଁ ଅନେକ ଅର୍ଥ ଦିଆଯାଉଛି । ଏହାର ସୁବିନିଯୋଗରେ ପ୍ରତିନିଧି ମାନଙ୍କ ପ୍ରଶିକ୍ଷଣ ବହୁତ ଗୁରୁତ୍ୱପୂର୍ଣ୍ଣ ବୋଲି ସେ କହିଥିଲେ  । ପଂଚାୟତିରାଜ ଓ ପାନୀୟ ଜଳ ବିଭାଗର ପ୍ରମୁଖ ସଚିବ ଅଶୋକ କୁମାର ମୀନା ଧନ୍ୟବାଦ ଅର୍ପଣ କରିଥିଲେ । ସୂଚନାଯୋଗ୍ୟ ଯେ ଏହି କାର୍ଯ୍ୟକ୍ରମରେ ୧ ଲକ୍ଷ ୬ ହଜାର ୩୫୨ ଜଣ ପଂଚାୟତ ପ୍ରତିନିଧି ଯୋଗ ଦେଇଛନ୍ତି ।

Powered by Froala Editor

Tags Naveen pattanaik

Related articles Odisha News Lens 4.1

  •  ଆଜି ବାହୁବଳୀ ବିଧାୟକଙ୍କ ଝିଅ ଶିବାଙ୍ଗୀ ସିଂହଙ୍କ ବିବାହ
    ଦେଶ-ଦେଶାନ୍ତର

    ଆଜି ବାହୁବଳୀ ବିଧାୟକଙ୍କ ଝିଅ ଶିବାଙ୍ଗୀ ସିଂହଙ୍କ ବିବାହ

    14450
    Nov 25, 2026
  • ଭିଏଏମଏଲ କୋଇଲା ଖଣି ପ୍ରକଳ୍ପ ଆରୋଗ୍ୟମ୍ ଜରିଆରେ ଗ୍ରାମୀଣ ସ୍ୱାସ୍ଥ୍ୟସେବାକୁ ଆଗେଇ ...
    ବାଣିଜ୍ୟ

    ଭିଏଏମଏଲ କୋଇଲା ଖଣି ପ୍ରକଳ୍ପ ଆରୋଗ୍ୟମ୍ ଜରିଆରେ ଗ୍ରାମୀଣ ସ୍ୱାସ୍ଥ୍ୟସେବାକୁ ଆଗେଇ ...

    15715
    Nov 24, 2026
  • ଗୋଆର ୫୭ ତମ ଆଇଏଫ୍ଏଫ୍ଆଇରେ ଆକର୍ଷଣର କେନ୍ଦ୍ରବିନ୍ଦୁ ପାଲଟିଲା ଓଡ଼ିଆ ଚଳଚ୍ଚିତ୍ର ...
    ମନୋରଞ୍ଜନ

    ଗୋଆର ୫୭ ତମ ଆଇଏଫ୍ଏଫ୍ଆଇରେ ଆକର୍ଷଣର କେନ୍ଦ୍ରବିନ୍ଦୁ ପାଲଟିଲା ଓଡ଼ିଆ ଚଳଚ୍ଚିତ୍ର ...

    13555
    Nov 25, 2026
  • ହ୍ୱାଟସଆପରେ ଆରମ୍ଭ ହେଲା ମେସେଜ୍ ସିଡ୍ୟୁଲିଂ ଫିଚର, କଣ ରହିଛି ଫାଇଦା ଜାଣନ୍ତୁ.....
    ଦେଶ-ଦେଶାନ୍ତର

    ହ୍ୱାଟସଆପରେ ଆରମ୍ଭ ହେଲା ମେସେଜ୍ ସିଡ୍ୟୁଲିଂ ଫିଚର, କଣ ରହିଛି ଫାଇଦା ଜାଣନ୍ତୁ.....

    14908
    Nov 26, 2026
  • ଆସନ୍ତା ବର୍ଷ ହେବାକୁ ଥିବା ଉତ୍ତରପ୍ରଦେଶ ନିର୍ବାଚନରେ ସିଜେପି କୌଣସି ଦଳକୁ ସମର୍ଥନ ...
    ଦେଶ-ଦେଶାନ୍ତର

    ଆସନ୍ତା ବର୍ଷ ହେବାକୁ ଥିବା ଉତ୍ତରପ୍ରଦେଶ ନିର୍ବାଚନରେ ସିଜେପି କୌଣସି ଦଳକୁ ସମର୍ଥନ ...

    15055
    Nov 25, 2026
  • ଅମିତାଭ ବଚ୍ଚନଙ୍କ ବଙ୍ଗଳା, ଜଲସାକୁ ଉଡ଼ାଇ ଦେବାକୁ ଧମକ
    ଦେଶ-ଦେଶାନ୍ତର

    ଅମିତାଭ ବଚ୍ଚନଙ୍କ ବଙ୍ଗଳା, ଜଲସାକୁ ଉଡ଼ାଇ ଦେବାକୁ ଧମକ

    13344
    Nov 26, 2026
  • ଇଣ୍ଟରନ୍ୟାସ୍‌ନାଲ ପର୍‌ଫରମିଂ ଆର୍ଟ୍‌ସ୍‌ ଫେଷ୍ଟିଭାଲ (ଆଇପିଏଏଫ୍‌) ୫ମ ବର୍ଷ- ପୁରୀ ...
    ବାଣିଜ୍ୟ

    ଇଣ୍ଟରନ୍ୟାସ୍‌ନାଲ ପର୍‌ଫରମିଂ ଆର୍ଟ୍‌ସ୍‌ ଫେଷ୍ଟିଭାଲ (ଆଇପିଏଏଫ୍‌) ୫ମ ବର୍ଷ- ପୁରୀ ...

    14644
    Nov 25, 2026
  • ଏହିସବୁ କାମ କଲେ ଘରେ ହୋଇଥାଏ ଅଶାନ୍ତି
    ବିଶେଷ

    ଏହିସବୁ କାମ କଲେ ଘରେ ହୋଇଥାଏ ଅଶାନ୍ତି

    14347
    Nov 26, 2026
  •  ତାମିଲନାଡୁ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ବାପା ହେଲେ ମିଳିବ ଏତିକି ଦିନ ଛୁଟି
    ଦେଶ-ଦେଶାନ୍ତର

    ତାମିଲନାଡୁ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ବାପା ହେଲେ ମିଳିବ ଏତିକି ଦିନ ଛୁଟି

    15408
    Nov 26, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ହ୍ୱାଟସଆପରେ ଆରମ୍ଭ ହେଲା ମେସେଜ୍ ସିଡ୍ୟୁଲିଂ ଫିଚର, କଣ ରହିଛି ଫାଇଦା ଜାଣନ୍ତୁ.....

    14908
    Nov 26, 2026
  • ବାଣିଜ୍ୟ

    ଭିଏଏମଏଲ କୋଇଲା ଖଣି ପ୍ରକଳ୍ପ ଆରୋଗ୍ୟମ୍ ଜରିଆରେ ଗ୍ରାମୀଣ ସ୍ୱାସ୍ଥ୍ୟସେବାକୁ ଆଗେଇ ନେଉଛି

    15715
    Nov 24, 2026
  • ଦେଶ-ଦେଶାନ୍ତର

    ଆସନ୍ତା ବର୍ଷ ହେବାକୁ ଥିବା ଉତ୍ତରପ୍ରଦେଶ ନିର୍ବାଚନରେ ସିଜେପି କୌଣସି ଦଳକୁ ସମର୍ଥନ ଦେବ ନାହିଁ

    15055
    Nov 25, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17320
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    18021
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17976
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18390
    Sep 06, 2023

ବିଶେଷ

  • ଏହିସବୁ କାମ କଲେ ଘରେ ହୋଇଥାଏ ଅଶାନ୍ତି

    14347
    Nov 26, 2026
  • ଛୋଟପିଲାଙ୍କ ମଧୁମେହ ଲକ୍ଷଣ ଜାଣନ୍ତୁ ଏମିତି....

    15570
    Nov 18, 2026
  • ଶୀତଦିନେ ଏମିତି କରନ୍ତୁ ମେକ୍ଅପ୍

    14971
    Nov 14, 2026
  • ଓଠରୁ ଜାଣନ୍ତୁ ରୋଗର ପ୍ରଥମ ସଙ୍କେତ

    14600
    Nov 09, 2026
  • ବାଦୁଡିଙ୍କ ପାଇଁ ୧୦୦ ବର୍ଷ ହେଲା ବାଣ ଫୁଟା ବ୍ୟାନ୍

    15940
    Nov 08, 2026

ବାଣିଜ୍ୟ

ଇଣ୍ଟରନ୍ୟାସ୍‌ନାଲ ପର୍‌ଫରମିଂ ଆର୍ଟ୍‌ସ୍‌ ଫେଷ୍ଟିଭାଲ (ଆଇପିଏଏଫ୍‌) ୫ମ ବର୍ଷ- ପୁରୀ ସଂସ୍କରଣ ୨୦୨୬

ପୁରୀ: ଇଣ୍ଟରନ୍ୟାସ୍‌ନାଲ ପର୍‌ଫରମିଂ ଆର୍ଟ୍‌ସ୍‌ ଫେଷ୍ଟିଭାଲ (ଆଇପିଏଏଫ୍‌) ତାହାର ୫ମ ବର୍ଷ ପୁରୀ ସଂସ୍କରଣ ସମ୍ପର୍କରେ ଆନନ୍ଦର ସହିତ ଘୋଷଣା କରିଛି, ଯାହା ୨୦୨୬ ନଭେମ୍ବର ୨୭ରେ ପୁରୀ ...

  • ଭିଏଏମଏଲ କୋଇଲା ଖଣି ପ୍ରକଳ୍ପ ଆରୋଗ୍ୟମ୍ ଜରିଆରେ ଗ୍ରାମୀଣ ସ୍ୱାସ୍ଥ୍ୟସେବାକୁ ଆଗେଇ ନେଉଛି

    15715
    Nov 24, 2026
  • ମାସକରେ କମିଲାଣି ୨୧ ହଜାର ସୁନା

    16056
    Nov 21, 2026
  • ଭିଏଏମ୍ଏଲ୍ ସିଜିମାଳି ବକ୍ସାଇଟ୍ ଖଣି ପକ୍ଷରୁ କର୍କଟ ଚିହ୍ନଟ ଶିବିର ଆୟୋଜିତ, କଳାହାଣ୍ଡି ଓ ରାୟଗଡ଼ାର ୩୫୦ରୁ ଅଧିକ ଗୋଷ୍ଠୀ ସଦସ୍ୟ ଉପକୃତ

    15795
    Nov 20, 2026
  • ନିବେଶକଙ୍କ ଖୁସି : ଅଟୋ, ବ୍ୟାଙ୍କିଙ୍ଗ୍ ଓ କଞ୍ଜ୍ୟୁମର ସେକ୍ଟରରେ ଜବରଦସ୍ତ ଉତ୍ସାହ

    14113
    Nov 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ତାମିଲନାଡୁ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ବାପା ହେଲେ ମିଳିବ ଏତିକି ଦିନ ଛୁଟି

    15408
    Nov 26, 2026
  • ହ୍ୱାଟସଆପରେ ଆରମ୍ଭ ହେଲା ମେସେଜ୍ ସିଡ୍ୟୁଲିଂ ଫିଚର, କଣ ରହିଛି ଫାଇଦା ଜାଣନ୍ତୁ.....

    14908
    Nov 26, 2026
  • ଆସନ୍ତା ବର୍ଷ ହେବାକୁ ଥିବା ଉତ୍ତରପ୍ରଦେଶ ନିର୍ବାଚନରେ ସିଜେପି କୌଣସି ଦଳକୁ ସମର୍ଥନ ଦେବ ନାହିଁ

    15055
    Nov 25, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In