ତୁମ ଇଚ୍ଛା ବିନା ପତ୍ରଟେ ହଲେନି ଆହେ ଜଗନ୍ନାଥ:ନବୀନ
ଭୁବନେଶ୍ୱର: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପରେ ବିରୋଧୀଙ୍କୁ ସୁପ୍ରିମ ଝଟକା । ସୁପ୍ରିମକୋର୍ଟରେ ଆଗତ ହୋଇଥିବା ଦୁଇଟି ପିଟିସନ ଖାରଜ । ସୁପ୍ରିମକୋର୍ଟରେ ପରିକ୍ରମା ପ୍ରକଳ୍ପ ମାମଲା ରଦ୍ଦ ହେବା ପରେ ଟ୍ୱିଟ୍ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଟ୍ୱିଟ୍ କରି ମୁଖ୍ୟମନ୍ତ୍ରୀ କହିଛନ୍ତି କି ତୁମ ଇଚ୍ଛା ବିନା ପତ୍ରଟେ ହଲେନି ଆହେ ଜଗନ୍ନାଥ । ଜୟ ଜଗନ୍ନାଥ । ସୁପ୍ରିମକୋର୍ଟଙ୍କ ରାୟ ନେଇ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କୁ ଶ୍ରେୟ ଦେଇଛନ୍ତି ନବୀନ ।
ସୁପ୍ରିମକୋର୍ଟଙ୍କ ରାୟ ପରେ ପ୍ରତିକ୍ରିୟା ରଖିଛନ୍ତି ପୁରୀ ସାଂସଦ ପିନାକୀ ମିଶ୍ର । କୋର୍ଟରେ ଦୁଇଟି ପିଟିସନ ଖାରଜ ହୋଇଥିବାରୁ ଏହାକୁ ସ୍ବାଗତ କରିଛନ୍ତି ସେ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆଭିମୁଖ୍ୟର ବିଜୟ ହୋଇଛି । ସମ୍ମାନନୀୟ ସୁପ୍ରିମକୋର୍ଟଙ୍କ ଜରିଆରେ ଶ୍ରୀଜଗନ୍ନାଥଙ୍କ ଇଚ୍ଛାର ପ୍ରକଟ ହୋଇଛି ବୋଲି ପିନାକୀ ମିଶ୍ର କହିଛନ୍ତି ।
ସୂଚନାନୁଯାୟୀ, ସୁପ୍ରିମକୋର୍ଟରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ମାମଲା ଖାରଜ ହୋଇଛି। ଲକ୍ଷ ଲକ୍ଷ ଶ୍ରଦ୍ଧାଳୁଙ୍କ ସୁବିଧା ପାଇଁ କାମ ଚାଲିଥିବାରୁ ମାମଲା ରଦ୍ଦ କରାଯାଇଛି। ଏହା ସହ ଉଭୟ ପିଟିସନରଙ୍କୁ ୧ ଲକ୍ଷ ଟଙ୍କା ଜରିମାନା କରାଯାଇଛି। କୋର୍ଟଙ୍କ ବହୁମୂଲ୍ୟ ସମୟ ନଷ୍ଟ କରାଯାଇଥିବାରୁ ପିଟିସନରଙ୍କ ଉପରେ ଜରିମାନା କରାଯାଇଛି।
Powered by Froala Editor