ରାଜ୍ୟରେ ୧୨ କୋଭିଡ ପଜିଟିଭ ଚିହ୍ନଟ
ଭୁବନେଶ୍ଵର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୭ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୫ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୪୮୫ ଜଣକୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
୬ ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୬ ଜଣ, କଟକ, କେନ୍ଦ୍ରାପଡ଼ା, ନୂଆପଡ଼ା, ସମ୍ବଲପୁର ଓ ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଁଏ, ଏବଂ ଷ୍ଟେଟ୍ ପୁଲ୍ରୁ ଜଣେ ଆକ୍ରାନ୍ତ ରହିଛନ୍ତି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୮୪୮୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୭୯ ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୭୯୨୨୭ଜଣ ସୁସ୍ଥ ହୋଇଛନ୍ତି ।
Powered by Froala Editor