ଚିନ୍ତା ବଢାଇଲା କୋରୋନା, ଆଜି ଦେଶରେ ୩,୯୬୨ ନୂଆ ସଂକ୍ରମିତ
ନୂଆଦିଲ୍ଲୀ: ଦେଶରେ କାୟା ମେଲାଉଛି ମହାମାରୀ । ଆଜି ୪ ହଜାର ତଳେ ରହିଛି ସଂକ୍ରମଣ । ତେବେ ଗତ ୨୪ ଘଣ୍ଟା ମଧ୍ୟରେ ୩,୯୬୨ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସଂକ୍ରମଣ କମ୍ ଥିଲେ ମଧ୍ୟ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇଛି । ଦିନକରେ ୨୬ ଜଣଙ୍କର ମୁଣ୍ତ ନେଇଛି ମହାମାରୀ । ଏହାସହ ୨,୬୯୭ ଜଣ କୋରୋନାରୁ ସୁସ୍ଥ ହୋଇଛନ୍ତି । ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି ।
ମନ୍ତ୍ରଣାଳୟ ଅନୁଯାୟୀ, ଭାରତରେ ସକ୍ରିୟ ମାମଲା ଏବେ ୨୨ ହଜାର ଉପରେ ରହିଛି । ଆଜିର ନୂତନ ସଂକ୍ରମଣକୁ ମିଶାଇ ମୋଟ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୨୨,୪୧୬ ରହିଛି । ଦେଶରେ ଏଯାବତ ୪୨,୬୨,୫୪,୫୪ ସଂକ୍ରମଣରୁ ଆରୋଗ୍ୟ ଲାଭ କରିଛନ୍ତି । ଏପର୍ୟ୍ୟନ୍ତ ମୋଟ ୫,୨୪,୬୭୭ ଜଣଙ୍କ ମୃତ୍ୟୁ ଘଟିଛି । ଦେଶବ୍ୟାପୀ ସମୁଦାୟ ୧,୯୩,୯୬,୪୭,୦୭୧ କୋଟିରୁ ଅଧିକ ଡୋଜ୍ ଟୀକାକରଣ କରାଯାଇଛି ।
Powered by Froala Editor