ପୁଣି ମାସ୍କ ହୋଇପାରେ ବାଧ୍ୟତାମୂଳକ
ଭୁବନେଶ୍ୱର: କରୋନା କାୟା ସାମାନ୍ୟ କମିବା ପରେ ଏବେ ଆଉ କେହି ମାସ୍କକୁ ଗୁରୁତ୍ୱ ଦେଉନାହାନ୍ତି । ତେବେ ଖୁବ ଶୀଘ୍ର ମାସ୍କ ପିନ୍ଧିବାକୁ ପୁଣି ଥରେ ବାଧ୍ୟତାମୂଳକ କରାଯାଇପାରେ । କରୋନା ସ୍ଥିତି ନେଇ ସୂଚନା ଦେବା ଅବସରରେ ସ୍ୱାସ୍ଥ୍ୟ ନିଦେ୍ର୍ଧଶକ ବିଜୟ ମହାପାତ୍ର ଏହି ସୂଚନା ଦେଇଛନ୍ତି ।
ସେ କହିଛନ୍ତି ଯେ ଦେଶର ୫ଟି ରାଜ୍ୟରେ କରୋନା ସଂକ୍ରମଣ ବଢିଛି । ପ୍ରିକସନ ସହ କଟକଣା କଡ଼ାକଡ଼ି କରିବାକୁ କେନ୍ଦ୍ର ସରକାର ତାଗିଦ କରିଛନ୍ତି । ବର୍ତ୍ତମାନ ଓଡ଼ିଶାରେ ସ୍ଥିତି ଭଲ ଅଛି । ପୂର୍ବଭଳି ସର୍ଭେଲାନ୍ସ ଜାରି ରହିଛି । ସରକାର ସ୍ଥିତି ଉପରେ ନଗର ରଖିଛନ୍ତି । ଟେଷ୍ଟିଂ ଜାରି ରହିଛି । ପଜିଟିଭ ବାହାରିଲେ ଟ୍ରାପ କରାଯିବ । ପୂର୍ବଭଳି ବ୍ୟବସ୍ଥା ଲାଗୁ କରାଯିବ । ଯଦି ଦରକାର ପଡେ଼ ତେବେ ମାସ୍କ ପିନ୍ଧିବାକୁ ବାଧ୍ୟତାମୂଳକ କରାଯିବ ବୋଲି ସ୍ୱାସ୍ଥ୍ୟ ନିଦେ୍ର୍ଧଶକ ବିଜୟ ମହାପାତ୍ର କହିଛନ୍ତି ।
ପ୍ରକାଶ ଯେ ରାଜ୍ୟରେ ତଳକୁ ଖସିଲା କରୋନା ଗ୍ରାଫ୍। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୭ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୫ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୪୮୫ ଜଣକୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
୬ ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୬ ଜଣ, କଟକ, କେନ୍ଦ୍ରାପଡ଼ା, ନୂଆପଡ଼ା, ସମ୍ବଲପୁର ଓ ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଁଏ, ଏବଂ ଷ୍ଟେଟ୍ ପୁଲ୍ରୁ ଜଣେ ଆକ୍ରାନ୍ତ ରହିଛନ୍ତି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୮୪୮୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୭୯ ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୭୯୨୨୭ଜଣ ସୁସ୍ଥ ହୋଇଛନ୍ତି ।
Powered by Froala Editor